www.samajalive.in
Sunday, December 7, 2025
26.1 C
Bhubaneswar

ଯାତ୍ରୀବାହୀ ଲଞ୍ଚ ବୁଡ଼ି ୨୫ ନିଖୋଜ

ମାଲକାନଗିରି : ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ଆନ୍ଧ୍ରପ୍ରଦେଶରେ ରବିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଏକ ଯାତ୍ରୀବାହୀ ଲଞ୍ଚ ବୁଡ଼ି ପ୍ରାୟ ୨୫ ଜଣ ଲୋକେ ନିଖୋଜ ହୋଇଯାଇଥିବା ବେଳେ ୨୭ ଜଣ ନିଜ ଜୀବନ ବଞ୍ଚାଇବାକୁ ସକ୍ଷମ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ପୁଲିସ ଉପସ୍ଥିତ ଥିବା ସହ ଓଡ଼୍ରାଫ ଟିମ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତେବେ ଏଯାବତ କେତେ ଜଣ ନିଖୋଜ ରହିଛନ୍ତି ସେନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ।
ପୂର୍ବ ଗୋଦାବରୀ ଜିଲା ଦେବୀପାଟନମ ଠାରେ ପ୍ରାୟ ୫୦ ଲୋକଙ୍କୁ ନେଇ ଯାଉଥିବା ଏହି ଯାତ୍ରୀବାହୀ ଲଞ୍ଚଟି ନଦୀ ଗର୍ଭରେ ବୁଡ଼ି ଯାଇଥିଲା। ଆବଶ୍ୟକ ଠାରୁ ଅଧିକ ଲୋକେ ଏଥିରେ ଯାଉଥିବାରୁ ଏଭଳି ଅଘଟଣ ଘଟିଥିବା ଅନୁମାନ କରାଯାଉଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories