www.samajalive.in
Monday, December 8, 2025
17.1 C
Bhubaneswar

ସାପ କାମୁଡ଼ାରେ ରୋଗୀ ମୃତ, ଗୁଣିଆ ଡ଼ାକି ମେଡ଼ିକାଲରେ ଝଡ଼ାଫୁଙ୍କା

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲା ଉଦଳାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ମହିଳାଙ୍କ ମୃତ୍ୟୁ ହେବା ପରେ ମଧ୍ୟ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ପରିବାର ଲୋକେ ଗୁଣିଆର ସହାୟତା ନେଇ ମେଡ଼ିକାଲରେ ଝଡ଼ାଫୁଙ୍କା କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ବୁଧବାର କାଠପାଳ ଗାଁର ଜଣେ ମହିଳାଙ୍କୁ ଏକ ବିଷାକ୍ତ ସାପ କାମୁଡ଼ିଥିଲା। ପରିବାର ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦଳା ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଡ଼ାକ୍ତର ମହିଳା ଜଣଙ୍କୁ ମୃତ ଘୋଷଣା କରିଥିଲେ ମଧ୍ୟ ପରିବାର ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ମେଡ଼ିକାଲରେ ଗୁଣିଆ ଡ଼ାକି ଝଡ଼ାଫୁଙ୍କା କରିଥିଲେ।ଅନ୍ୟ ପକ୍ଷରେ ଏନେଇ ମେଡ଼ିକାଲ କର୍ତ୍ତୃପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories