www.samajalive.in
Tuesday, December 9, 2025
17.1 C
Bhubaneswar

ପୁରୀ ବେଳାଭୂମିରେ ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ

ପୁରୀ : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ , ଆଇସିଜେଡ଼ଏମପି  ଏବଂ  ଜିଲା ପ୍ରଶାସନ ପକ୍ଷରୁ ପୁରୀ ବେଳାଭୂମିରେ ଶନିବାର ‘ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ’ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲାର ୧୪୦ କି.ମି ବେଳାଭୂମିର ୧୦୦ଟି ସ୍ଥାନରେ ସଫେଇ କାର୍ଯ୍ୟକ୍ରମ ଚାଲିଛି ।  ଏଥିରେ ବିଭିନ୍ନ ସ୍ୱେଚ୍ଛାସେବୀ ସଙ୍ଗଠନ , ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କ ସମେତ ୫ ହଜାରରୁ ଅଧିକ ସ୍ୱେଚ୍ଛାସେବୀ ସାମିଲ ହୋଇଛନ୍ତି । ବେଳାଭୂମିକୁ ପ୍ଲାଷ୍ଟିକ ମୁକ୍ତ କରିବା ସହ ଥରେ ବ୍ୟବହାର ହେଉଥିବା ପ୍ଲାଷ୍ଚିକ ବର୍ଜନ କରିବା ଲାଗି  ସ୍ୱେଚ୍ଛାସେବୀମାନେ ସଚେତନ କରାଇଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ ଆରୁଖ, ରାଜ୍ୟ ପର୍ଯ୍ୟଟନ ସଚିବ ବିଶାଲ ଦେବ, ଅଭିନେତ୍ରୀ ନନ୍ଦିତା ଦାସ, ସ୍ଥାନୀୟ ବିଧାୟକ ଜୟନ୍ତ ଷଡଙ୍ଗୀ ଏବଂ ପୁରୀ ଜିଲାପାଳ ବଲଓ୍ୱନ୍ତ ସିଂହ ଉପସ୍ଥିତ ଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories