୧୪ଟି ଜିଲ୍ଲାରେ ବର୍ଷା ସମ୍ଭାବନା

0

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ  ରାଜ୍ୟର ୧୪ଟି ଜିଲ୍ଲାରେ ଘଡଘଡି ଓ ବିଜୁଳି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଘଣ୍ଟାକୁ  ୫୦ରୁ ୬୦କି.ମି ବେଗରେ ପବନ ବହିବାର ଆଶଙ୍କା କରାଯାଉଛି । କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଭଦ୍ରକ, ଯାଜପୁର, ବାଲେଶ୍ୱର, ଖୋର୍ଦ୍ଧା, କଟକ , ପୁରୀ, ଜଗସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ ଓ ରାୟଗଡା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସର୍ତକ ସୂଚନା ମିଳିଛି । କେତେକ ସ୍ଥାନରେ ବ୍ରଜପାତର ଆଶଙ୍କା କରାଯାଉଛି ।

Leave A Reply