www.samajalive.in
Tuesday, December 9, 2025
15.1 C
Bhubaneswar

ମନମୋହନ ସିଂହଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଜନ୍ମଦିନ। ସେ ୮୭ ବର୍ଷ ବୟସରେ ପାଦ ଦେଇଛନ୍ତି। ୧୯୩୨ ସେପ୍ଟେମ୍ବର ୨୬ ତାରିଖରେ ପଞ୍ଜାବର ଘ ନାମକ ଏକ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଭାରତର ଦୁଇଥର ପ୍ରଧାନମନ୍ତ୍ରୀ ହେବା ସହ ସେ ବର୍ତ୍ତମାନ ରାଜସ୍ଥାନରୁ ରାଜ୍ୟସଭାର ସଦସ୍ୟ ରହିଛନ୍ତି। ଆଜି ତାଙ୍କ ଜନ୍ମଦିନ ଉପଲକ୍ଷେ ମନମୋହନ ସିଂହଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ୍‍ କରି ଜନ୍ମ ଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି। ସେ ଜଣେ ବିଶିଷ୍ଟ ଅର୍ଥନୈତିଜ୍ଞ ଭାବେ ସାରା ବିଶ୍ୱରେ ପରିଚିତ। ଭାରତରେ ଆର୍ଥିକ ସଂସ୍କାର କ୍ଷେତ୍ରରେ ଅନେକ ପଦକ୍ଷେପର ସେ ବିନ୍ଧାଣୀ। ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଭାବେ ମଧ୍ୟ ସେ କାର୍ଯ୍ୟ ତୁଳାଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories