www.samajalive.in
Tuesday, December 9, 2025
16.1 C
Bhubaneswar

ଆସନ୍ତାକାଲି ଠାରୁ ୨ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତି ଅସନ୍ତାକାଲି ସନ୍ଧ୍ୟା ୬ଟା ସମୟରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚିବେ। ରାଜଭବନରେ ରାଷ୍ଟ୍ରପତି ରାତ୍ରିଯାପନ କରିବେ।୨୮ ତାରିଖ ସକାଳେ ରାଷ୍ଟ୍ରପତି ଗୋପାଳପୁର ଅଭିମୁଖେ ଯିବେ। ରାଷ୍ଟ୍ରପତି ଗୋପାଳପୁର ସ୍ଥିତ ଗୋଳାବନ୍ଧଠାରେ ଥିବା ଆର୍ମି ଏୟାର ଡିଫେନ୍ସ କଲେଜର କାର୍ଯ୍ୟକ୍ରମରେ ଯୋଗଦେବେ। ଗୋଳାବନ୍ଧ ଆର୍ମି ଏୟାର ଡିଫେନ୍ସ କଲେଜର ୨୫ ବର୍ଷ ପୂର୍ତ୍ତି ଅବସରରେ ଆର୍ମି ଏୟାର ଡିଫେନ୍ସ କର୍ପକୁ ସମ୍ମାନଜନକ ପ୍ରେସିଡେନ୍ସ କର୍ଲସ ପ୍ରଦାନ କରିବେ। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସମେତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସ୍ଥଳସେନା ମୁଖ୍ୟ ବିପିନ ରାୱତ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଗୋପାଳପୁର କାର୍ଯ୍ୟକ୍ରମରୁ ଫେରି ରାଷ୍ଟ୍ରପତି ନୂଆଦିଲ୍ଳୀ ପ୍ରତ୍ୟାବର୍ତ୍ତନ କରିବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories