www.samajalive.in
Friday, December 12, 2025
16.1 C
Bhubaneswar

ଅଧିକ କାଉଣ୍ଟର ଖୋଲି ଲୋକଙ୍କୁ ଉତ୍ତମ ସୁବିଧା ଯୋଗାଇଦିଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାରେ ପ୍ରତିବର୍ଷ ସଡ଼କ ଦୁର୍ଘଟଣାରେ ୫ ହଜାର ଲୋକ ମୃତ୍ୟୁବରଣ କରୁଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିବା ସହ ସଡ଼କ ଦୁର୍ଘଟଣା ରୋକିବା ପାଇଁ ଯୋଜନାବଦ୍ଧ ଭାବେ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦେଶ ଦେଇଛନ୍ତି। ଲୋକଙ୍କ ସୁବିଧା ପାଇଁ ଅଧିକ କାଉଣ୍ଟର ଖୋଲିବା ଓ ସଚେତନତା ସୃଷ୍ଟି କରିବା ଉପରେ ଗୁରୁତ୍ବାରୋପ କରିଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ଲୋକସେବା ଭବନରୁ ଭିଡିଓ କନ୍‍ଫରେନ୍‍ସିଂ ଯୋଗେ ବିଭିନ୍ନ ଜିଲାର ଜିଲାପାଳ, ଏସ୍‍ପି ଏବଂ ଆରଟିଓମାନଙ୍କ ସହ ଏ ସମ୍ପର୍କରେ ଆଲୋଚନା କରିଛନ୍ତି।
ସେ କହିଛନ୍ତି, ସଡ଼କ ସୁରକ୍ଷା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ। ସଡ଼କ ଦୁର୍ଘଟଣାରେ ହେଉଥିବା ଜନଜୀବନ ହାନି ଆମର ସାମାଜିକ, ଅର୍ଥନୈତିକ ବିକାଶକୁ ପ୍ରଭାବିତ କରିଥାଏ। ଦ୍ରୁତ ତଥା ବିପଦପୂର୍ଣ୍ଣ ଭାବେ ଗାଡ଼ି ଚାଳନା କରୁଥିବା ଓ ନିଶାଦ୍ରବ୍ୟ ସେବନ କରି ଗାଡ଼ି ଚାଳନା କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସଡ଼କ ଦୁର୍ଘଟଣା ସମୟରେ ଆହତ ବ୍ୟକ୍ତିମାନଙ୍କ ଆଶୁ ଚିକିତ୍ସା ପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରାଯିବା ଆବଶ୍ୟକ ବୋଲି ସେ କହିଥିଲେ।
ଗାଡ଼ିର କାଗଜପତ୍ର, ଡ୍ରାଇଭିଂ ଲାଇସେନ୍‍ସ ଆଦି ଯେପରି ଲୋକମାନେ ସୁବିଧାରେ କରିପାରିବେ, ତାକୁ ଦୃଷ୍ଟିରେ ରଖି ଆରଟିଓ ଅଫିସ ମାନଙ୍କରେ ଅଧିକ କାଉଣ୍ଟର ଖୋଲାବା ପାଇଁ ନିର୍ଦେଶ ଦେଇ​‌ଛନ୍ତି। ଏହାସହିତ ଗ୍ରାମାଞ୍ଚଳରେ ଶିବିରମାନ ଆୟୋଜନ କରାଯିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି। ଭିଡିଓ କନ୍‍ଫରେନ୍‍ସିଂ ସମୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର୍‍. ବାଲକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ, ପୁଲିସ ମହାନିର୍ଦ୍ଦେଶକ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories