www.samajalive.in
Thursday, December 11, 2025
18.1 C
Bhubaneswar

ବଦଳିବ ବରମୁଣ୍ଡା ବସଷ୍ଟାଣ୍ଡର ଚିତ୍ର ; ୨ ବର୍ଷରେ ନବ କଳେବର

ଭୁବନେଶ୍ୱର: ରାଜଧାନୀର ବରମୁଣ୍ଡା ବସଷ୍ଟାଣ୍ଡର ରୂପ ଖୁବଶୀଘ୍ର ବଦଳିବାକୁ ଯାଉଛି। ଆଗାମୀ ୨ ବର୍ଷ ମଧ୍ୟରେ ଏହି ବସଷ୍ଟାଣ୍ଡର ଚିତ୍ର ବଦଳାଇବା ପାଇଁ ଗୁରୁବାର କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବରମୁଣ୍ଡା ବସଷ୍ଟାଣ୍ଡର ଉନ୍ନତୀକରଣ, ଆଧୁନିକୀକରଣ, ଭିତ୍ତିଭୂମି ବିକାଶ ତଥା ପୁନଃନିର୍ମାଣ ପାଇଁ ୧୬୦ କୋଟି ୬୬ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି କ୍ୟାବିନେଟ ବୈଠକରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ବେଳେ ବରମୁଣ୍ଡା ବସଷ୍ଟାଣ୍ଡ ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।
ଆନ୍ତଃ ରାଜ୍ୟ ବସ୍ ଟର୍ମିନାଲ ସହ ଖଣ୍ଡଗିରିଠାରେ ବସ ଡିପୋ ନିର୍ମାଣ ପାଇଁ ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ ଦେଇଛି। ବିଡିଏର ତଦାରଖରେ ଏହି ଟର୍ମିନାଲକୁ ଭାରତ ସରକାରଙ୍କ ସଂସ୍ଥା ବ୍ରିଜ ଏଣ୍ଡ ରୁଫ ନିର୍ମାଣ କରିବ। ସଂପୃକ୍ତ ସଂସ୍ଥା ୫ ବର୍ଷ ପର୍ଯ୍ୟନ୍ତ ରକ୍ଷଣାବେକ୍ଷଣର ଦାୟିତ୍ୱ ନେବ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories