www.samajalive.in
Saturday, December 13, 2025
26.1 C
Bhubaneswar

ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ରାଷ୍ଟ୍ରପତି

ଗଞ୍ଜାମ : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗଞ୍ଜାମର ବ୍ରହ୍ମପୁର ଉପକଣ୍ଠ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚିଛନ୍ତି। ସେଠାରୁ ସେ ଗୋପାଳପୁର ଗୋଳାବନ୍ଧସ୍ଥିତ ଆର୍ମି ଏୟାର ଡିଫେନ୍ସ କଲେଜ ଅଭିମୁଖେ ଯାତ୍ରା କରିଛନ୍ତି । ଆସନ୍ତାକାଲି ରାଷ୍ଟ୍ରପତି ଏୟାର ଡିଫେନ୍ସ କଲେଜର ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ।

ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ବରରେ ପହଁଞ୍ଚିଥିଲେ। ବାୟୁସେନାର ସ୍ବତନ୍ତ୍ର ବିମାନ ‘ରାଜକମଲ’ ଯୋଗେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ତାଙ୍କ ପତ୍ନୀ ସବିତା କୋବିନ୍ଦ ସହ ଭୁବନେଶ୍ବର ବିମାନ ବନ୍ଦରରେ ପହଁଞ୍ଚିଥିଲେ।

- Advertisement -

ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଚନ୍ଦ୍ର ଷଢଙ୍ଗୀ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ପୁଲିସ ଡିଜି ଡ଼କ୍ଟର ବିଜୟ କୁମାର ଶର୍ମା ପ୍ରମୁଖ ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇଥିଲେ।

 

 

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories