ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିପାତ, ଜମ୍ମୁ-କଶ୍ମୀରର ବିଭିନ୍ନ ସ୍ଥାନରେ ଗୁଳିବିନିମୟ ଜାରି
ଜମ୍ମୁ: ମଧ୍ୟ-କଶ୍ମୀରର ଗାନ୍ଦରବଲ ଜିଲାରେ ଶନିବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୩ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି। ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ସୁରକ୍ଷାକର୍ମୀମାନେ ସେମାନଙ୍କୁ ଘେରାଉ କରି ନେଇଥିଲେ। ପ୍ରଥମେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ ପରେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା। ସୁରକ୍ଷାକର୍ମୀମାନେ ୩ ଜଣ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି। ମୃତ ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ ଆତଙ୍କବାଦୀ ପାକିସ୍ତାନର ହୋଇଥିବା ସୂଚନା ମିଳିଛି।
ଅନ୍ୟପକ୍ଷରେ ଶ୍ରୀନଗରର ଡାଉନଟାଉନ ଅଞ୍ଚଳରେ ଶନିବାର ଆତଙ୍କବାଦୀମାନେ ସିଆରପିଏଫ୍ ଯବାନଙ୍କ ଉପରକୁ ଆକ୍ରମଣ କରିଥିଲେ। ଯବାନମାନେ ସର୍ଚ୍ଚ ଅପରେସନ ପାଇଁ ଯାଉଥିବା ବେଳେ ଆତଙ୍କବାଦୀମାନେ ସେମାନଙ୍କ ଉପରକୁ ଗ୍ରେନେଟ୍ ମାଡ କରିଥିଲେ। ଆକ୍ରମଣରେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ଆକ୍ରମଣ ପରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।
ସେହିପରି ଜମ୍ମୁ-କଶ୍ମୀରର ରାମବନର ବାତୋତେ-ଦୋଦା ଅଞ୍ଚଳରେ ଶନିବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ତିନି ଜଣ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ତଲାସୀ ଅଭିଯାନ ଜାରି ରହିଛି ।
Comments are closed.