www.samajalive.in
Monday, December 8, 2025
24.1 C
Bhubaneswar

ଚୋରି ଅଭିଯୋଗରେ ୩ ଯୁବକଙ୍କୁ ନିସ୍ତୁକ ମାଡ଼

ବାଲେଶ୍ୱର : ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ଶ୍ୟାମାରାଇପୁର ଗ୍ରାମରେ ଚୋରି କରିଥିବା ଅଭିଯୋଗରେ ତିନିଜଣ ଯୁବକଙ୍କୁ ଗ୍ରାମବାସୀ ନିସ୍ତୁକ ମାଡ଼ ମାରିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଶ୍ୟାମାରାଇପୁର ଗ୍ରାମରେ ଯାତ୍ରା ଚାଲିଥିବା ବେଳେ ରବିବାର ରାତିରେ ଚୋର ଘରେ ପଶି ଚୋରି ଉଦ୍ୟମ କରୁଥିଲେ। ସେହି ସମୟରେ ସେମାନେ ଗ୍ରାମବାସୀଙ୍କ ହାବୁଡ଼ରେ ପଡ଼ିଯାଇଥିଲେ। ଗ୍ରାମବାସୀ ସେମାନଙ୍କୁ ଧରି ବାନ୍ଧିବା ସହ ମାଡ଼ ମାରିଥିଲେ। ଖବର ପାଇ ପୁଲିସ ସୋମବାର ସକାଳେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏତଦ୍‍ ବ୍ୟତୀତ ମାଡ଼ ଖାଇବା ଫଳରେ ଚୋରଙ୍କ ଶରୀରରେ ଆଘାତ ଲାଗିବାରୁ ସେମାନଙ୍କୁ ବସ୍ତା ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories