www.samajalive.in
Monday, December 8, 2025
13.1 C
Bhubaneswar

ଗାନ୍ଧିଜୀ ଓ ଶାସ୍ତ୍ରିଜୀଙ୍କୁ ସୋନିଆ, ମନମୋହନଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ବୁଧବାର ଦେଶବ୍ୟାପୀ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଉଛି। ଏହାସହିତ ଆଜି ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ୧୧୬ତମ ଜୟନ୍ତୀ। ଏହି ଅବସରରେ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ, କେନ୍ଦ୍ରୀ ମନ୍ତ୍ରୀ ପୀୟୁଷ ଗୋୟଲ, ହରଦୀପ ସିଂହ ପୁରୀ ଏବଂ ବିଜେପିର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ନୂଆଦିଲ୍ଲୀସ୍ଥିତ ରାଜଘାଟରେ ପହଞ୍ଚି ଗାନ୍ଧିଜୀ ଓ ଶାସ୍ତ୍ରିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଉପରାଷ୍ଟ୍ରପତି ଏମ. ଭେଙ୍କାୟା ନାଇଡୁ ମଧ୍ୟ ଟ୍ବିଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇବା ସହିତ କହିଛନ୍ତି, ମୁଁ ମହାତ୍ମା ଗାନ୍ଧୀଙ୍କୁ ତାଙ୍କର ୧୫୦ତମ ଜୟନ୍ତୀ ପାଇଁ ଶ୍ରଦ୍ଧାଞ୍ଜଳି ଜଣାଉଛି। ଆସନ୍ତୁ, ଆମେମାନେ ଦୈନନ୍ଦିନ ଜୀବନରେ ଗାନ୍ଧୀବାଦୀ ସିଦ୍ଧାନ୍ତଗୁଡ଼ିକୁ ଆପଣାଇ ଜୀବନରେ ପରିବର୍ତ୍ତନ ଆଣିବାକୁ ପ୍ରୟାସ କରିବା।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories