www.samajalive.in
Monday, December 15, 2025
16.1 C
Bhubaneswar

ମୋଦୀଙ୍କୁ ଭେଟିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସୀନା

ନୂଆଦିଲ୍ଲୀ: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସୀନା ଶନିବାରଠାରୁ ୪ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଶନିବାର ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ନୂଆଦିଲ୍ଲୀରେ ଦ୍ବିପାକ୍ଷିକ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀଙ୍କ ପରେ ହସୀନା ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ମୋଦୀ ଏବଂ ହସୀନା ମିଳିତ ଭାବେ ୩ଟି ଯୋଜନାର ଉଦ୍‌ଘାଟନ କରିବେ। ଦୁଇ ଦେଶ ମଧ୍ୟରେ ୬ରୁ ୭ଟି ରାଜିନାମା ସ୍ବାକ୍ଷରିତ ହେବାର ସମ୍ଭାବନା ରହିଛି। ଏହା ବ୍ୟତୀତ ଦ୍ବିପାକ୍ଷିକ ଆଲୋଚନା ସମୟରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ରୋହିଙ୍ଗ୍ୟା ଶରଣାର୍ଥୀ, ତୀସ୍ତା ନଦୀ ସହିତ ଅନ୍ୟ କେତେକ ପ୍ରସଙ୍ଗରେ ବିଚାରବିମର୍ଶ ହେବ। ତେବେ ଜାତୀୟ ନାଗରିକ ପଞ୍ଜିକା(ଏନଆରସି) ସମ୍ପର୍କରେ ଆଲୋଚନା ହେବନାହିଁ ବୋଲି ଜଣାପଡ଼ିଛି। ଦୁଇ ଦେଶ ଭିତରେ କେବଳ ଦ୍ବିପାକ୍ଷିକ ସମ୍ପର୍କ ବୃଦ୍ଧି ପ୍ରସଙ୍ଗରେ ଆଲୋଚନା ହେବ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories