www.samajalive.in
Sunday, December 7, 2025
26.1 C
Bhubaneswar

ନଦୀରେ ବୁଡିଗଲେ ୬ ନାବାଳିକା, ୫ ଉଦ୍ଧାର ଓ ଜଣେ ନିଖୋଜ

ସମ୍ବଲପୁର: ଦୁର୍ଗାଷ୍ଟମୀକୁ ନେଇ ସାରା ରାଜ୍ୟ ଉତ୍ସବ ମୁଖର ଥିବା ବେଳେ ସମ୍ବଲପୁର ସହରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଦୁର୍ଗାଷ୍ଟମୀରେ ୬ ଜଣ ନାବାଳିକା ନଦୀରେ ବୁଡି ଯାଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣେ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ଘଟଣାସ୍ଥଳରେ ଓଡ୍ରାଫ୍ ଟିମ୍ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି।

ସୂଚନାଯୋଗ୍ୟ, ରବିବାର ପ୍ରାୟ ୧୧ଟାରେ ୬ ଜଣ ନାବାଳିକା ମହାନଦୀକୁ ଗାଧୋଇବାକୁ ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ନାବାଳିକାର ଗୋଡ଼ ଖସିଯିବାରୁ ସେ ଗଭୀର ଜଳ ସ୍ରୋତକୁ ଭାସି ଯାଇଥିଲେ। ତାକୁ ଉଦ୍ଧାର କରିବା ପାଇଁ ଅନ୍ୟମାନେ ନଦୀର ଗଭୀରକୁ ଚାଲିଯାଇଥିଲେ। ହେଲେ ଜଳ ସ୍ରୋତରେ ସମସ୍ତେ ଭାସି ଯାଇଥିଲେ। ଏହି ଅବସ୍ଥାରେ ସେଠାରେ ଉପସ୍ଥିତ ଥିବା ସ୍ଥାନୀୟଲୋକେ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଉଦ୍ଧାର କରିଥିଲେ। ଏପର୍ଯ୍ୟନ୍ତ ଅନ୍ୟ ଜଣେ ନାବାଳିକାଙ୍କ କୌଣସି ପତ୍ତା ମିଳିନାହିଁ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories