www.samajalive.in
Friday, December 12, 2025
15.1 C
Bhubaneswar

ଗୋପବନ୍ଧୁ ନଗରରେ ଗୋପବନ୍ଧୁ ଜୟନ୍ତୀ ପାଳିତ

ଖୁଣ୍ଟା: ମୟୁରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ପୂର୍ବାହ୍ନରେ ଆୟୋଜିତ କାର୍ଯ୍ୟକ୍ରମରେ ବିଡ଼ିଓ ମନୋଜ କୁମାର ବେହେରା କାର୍ଯ୍ୟାଳୟ ପରିସରରେ ଥିବା ଉତ୍କଳମଣିଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହି ଅବସରରେ ଅତିରିକ୍ତ କୃଷି ଅଧିକାରୀ ମନରଞ୍ଜନ ମିଶ୍ର, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପୁଷ୍ପଲତା ଦୀକ୍ଷିତ, ସିପି ନରେନ୍ଦ୍ର ସିଂ, ଏପିଓ ଆଲୋକ ଦାଶ ଓ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଉତ୍କଳମଣିଙ୍କ ବ୍ୟକ୍ତିତ୍ୱ ଓ ତ୍ୟାଗ ସମ୍ପର୍କରେ ସ୍ମୃତିଚାରଣ କରାଯାଇଥିଲା । ରାଜ୍ୟର ଦୀନ, ଦୁଖୀ, ଅସହାୟ ମାନଙ୍କ ସହାୟତା ଓ ସେବା ତାଙ୍କୁ ଚିର ଅମର କରିଛି ବୋଲି ଏହି କାର୍ଯ୍ୟକ୍ରମରେ ମତ  ପ୍ରକାଶ ପାଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories