www.samajalive.in
Friday, December 12, 2025
14.1 C
Bhubaneswar

 ଯୁବକଙ୍କ ତଣ୍ଟି କାଟି ହତ୍ୟା

ଦ୍ୱାରଶୁଣି : ମୟୁରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ କପାଡିହା ଠାରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଥିବା ସୂଚନା ମିଳିଛି। ମୃତ ଯୁବକ ଜଣକ ହେଲେ ଜଟିଆଶୋଳ ଗ୍ରାମର ସୁନାରାମ ମାରାଣ୍ଡି।

ସୂଚନା ଅନୁଯାୟୀ, ସୁନାରାମ ନିଜ ସ୍ତ୍ରୀଙ୍କ ସହିତ ଯୋକାଠାରେ ରାବଣପୋଡ଼ି ଦେଖିବାକୁ ଯାଇଥିଲେ। ସ୍ତ୍ରୀ ପୂର୍ବରୁ ଘରକୁ ଫେରି ଆସିଥିଲେ।  ବିଳମ୍ବିତ ରାତିରେ ସୁନାରାମ ଘରକୁ ଫେରୁଥିବା ସମୟରେ ମିଳିତ ଭାବେ କେହି ତାଙ୍କ ତଣ୍ଟି କାଟି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଗ୍ରାମବାସୀମାନେ ମୃତଦେହ ପଡ଼ିଥିବାର ଦେଖି ପୁଲିସକୁ ଖବର ଦେଇଥିଲେ। ଏହାପରେ ଘଟଣା ସ୍ଥଳରେ ପୁଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପୂର୍ବ ଶତ୍ରୁତାକୁ ନେଇ ହତ୍ୟା କରାଯାଇ ଥାଇପାରେ ବୋଲି ସନ୍ଦେହ କରାଯାଉଛି।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories