www.samajalive.in
Sunday, December 7, 2025
16.1 C
Bhubaneswar

ପିଏମଆବାସ ଯୋଜନା ଅନିୟମିତତା : ରାଜଭବନ ଆଗରେ ବିଜେପିର ଧାରଣା

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ପ୍ରସଙ୍ଗକୁ ନେଇ ବିଜେପି ପକ୍ଷରୁ ଗୁରୁବାର ରାଜଭବନ ଆଗରେ  ଧାରଣା ଦିଆଯାଇଛି। ଏହି ଅନିୟମିତତା ପ୍ରସଙ୍ଗକୁ ନେଇ ଦଳୀୟ ନେତୃବୃନ୍ଦ ବିଜେଡି ଉପରେ ବର୍ଷିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ହାଉସିଂ ଫର ଅଲ୍ ୨୦୨୨’ ଆବାସ ଯୋଜନାରେ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ସମସ୍ତଙ୍କୁ ପକ୍କା ଘର ଯୋଗାଇଦେବାକୁ ଘୋଷଣା କରିଛନ୍ତି । ଏହି ଯୋଜନାରେ ଓଡିଶାରେ ୧୬ ଲକ୍ଷରୁ ଅଧିକ ପକ୍କାଘର ନିର୍ମାଣ ହେବାପରେ ବି ରାଜ୍ୟସରକାର ଅନୈତିକ ଓ ଅଗଣତାନ୍ତ୍ରିକ ଭାବେ ଯୋଜନାର ନାମ ପରିବର୍ତ୍ତନ କରି ରାଜ୍ୟବାସୀଙ୍କୁ ଠକି ଚାଲିଛନ୍ତି ବୋଲି ବିଜେପି ନେତାମାନେ ଅଭିଯୋଗ କରିଛନ୍ତି।  ଏହା ବିରୁଦ୍ଧରେ ନିକଟରେ ରାଜ୍ୟର ସମସ୍ତ ବ୍ଲକ, ଏନ୍ଏସି, ମ୍ୟୁନିସିପାଲିଟି କର୍ପୋରେସନ୍ ଆଗରେ ବିକ୍ଷୋଭ କରାଯାଇଥିଲା। ଏହାସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ବିଡିଓଙ୍କୁ ଦେବା ପରେ ମଧ୍ୟ ସରକାର କୌଣସି ପଦକ୍ଷେପ ନେଉନାହାନ୍ତି। ଏହି ପ୍ରତିବାଦରେ ଆଜି ରାଜଭବନ ସମ୍ମୁଖରେ ଧାରଣା ଦିଆଯାଇଛି।

- Advertisement -

ସରକାରଙ୍କର ଏଭଳି ଅଭିମୁଖ୍ୟକୁ  ଦଳର ନେତାମାନେ ବିରୋଧ କରି ବିଜେଡି ଉପରେ ବର୍ଷିଛନ୍ତି। ବିଜେପି ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ଉପସଭାପତି ସମୀର ମହାନ୍ତି, ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଗୋଲକ ମହାପାତ୍ର, ବରିଷ୍ଠ ନେତା ଭୃଗୁ ବକ୍ସିପାତ୍ର,ବିଜେପି କୃଷକ ମୋର୍ଚ୍ଚାର ସମ୍ପାଦକ ସୁରଥ ବିଶ୍ୱାଳଙ୍କ ସମେତ ବହୁ ବିଜେପି ନେତା ଏଥିରେ ଯୋଗଦେଇ ସରକାରଙ୍କ ଉପରେ ବର୍ଷିଛନ୍ତି।

ରାଜ୍ୟର ବିଜେଡି ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନାଁ କାଟି  ବିଜ୍ଜୁ ପକ୍କାଘର କରିବା ପ୍ରସଙ୍ଗ ସହିତ ବାସଗୃହ ସର୍ଭେରେ ତଞ୍ଚକତା, ସର୍ଭେ ହେଲା ପରେ ଯେଉଁ ପ୍ରାରମ୍ଭିକ ତାଲିକା ଆସିଛି ତାହାପରେ ପରବର୍ତ୍ତୀ ପ୍ରକ୍ରିୟାଟି ହେଉଛି ଘରର ଫଟୋ ଉଠାଇ ଜିଓ ଟାଗିଙ୍ଗ୍ କରିବା କଥା। କିନ୍ତୁ ଶାସକ ଦଳର ବିଧାୟକ ପଞ୍ଚାୟତ ଏକଜିକ୍ୟୁଟିଭ ଜିଆରଏସ୍ ମାନଙ୍କୁ ଧରି କେବଳ ବିଜେଡ଼ି କର୍ମୀ ଓ ସମର୍ଥକମାନଙ୍କ ଘର ଜିଓ ଟାଗିଙ୍ଗ୍ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ଘର କରାଇବା ନାଁରେ ବିଜୁ ଜନତା ଦଳର ବିଧାୟକମାନେ ଘର ପିଛା ୨୧ହଜାର ଟଙ୍କା ପିସି ଆଦାୟ କରିବାରେ ଲାଗିଛନ୍ତି।

ସରକାରଙ୍କର ଏହି ଅନିୟମିତତାକୁ ନେଇ ଦଳପକ୍ଷରୁ ରାଜ୍ୟପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories