www.samajalive.in
Friday, December 12, 2025
14.1 C
Bhubaneswar

ବ୍ୟାଙ୍କ ବ୍ୟବସ୍ଥା ସମୀକ୍ଷା କରିବେ ସୀତାରମଣ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ନୂଆଦିଲ୍ଲୀରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ୍‍ଗୁଡ଼ିକର ମୁଖ୍ୟ କାର୍ଯ୍ୟନିର୍ବାହୀମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଅର୍ଥନୀତିକୁ ଗତିଶୀଳ କରାଇବା ପାଇଁ ସରକାର ନେଇଥିବା ପଦକ୍ଷେପଗୁଡ଼ିକର କାର୍ଯ୍ୟକାରିତା, ଋଣ ଯୋଗାଣ ବ୍ୟବସ୍ଥା ଏବଂ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ହେବ। ସେହିଭଳି ଯେଉଁ ଅଣବ୍ୟାଙ୍କିଙ୍ଗ୍‍ ଆର୍ଥିକ ସଂସ୍ଥା ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗଗୁଡ଼ିକ ଋଣ ଅଭାବରୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ସେ ସମ୍ପର୍କରେ ମଧ୍ୟ ସମୀକ୍ଷା କରାଯିବ।

ମିଳିଥିବା ସୂଚନା ଅନୁଯାୟୀ, ବ୍ୟାଙ୍କଗୁଡିକ ନିଶ୍ଚିତ ଋଣ ଯୋଜନା ଏବଂ ଖୋଲାରେ ଅର୍ଥ ଉଠାନ ଉପରେ ରିପୋର୍ଟ କାର୍ଡ ଉପସ୍ଥାପନ କରିବେ। ମାସକ ମଧ୍ୟରେ ଅର୍ଥମନ୍ତ୍ରୀଙ୍କର ରାଷ୍ଟ୍ରାୟତ୍ତ ବ୍ୟାଙ୍କ୍‍ର ମୁଖ୍ୟମାନଙ୍କ ସହ ଏହା ହେବ ଦ୍ୱିତୀୟ ବୈଠକ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories