www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରଥମ ଥର ପାଇଁ ବସିଲା ହାଇକୋର୍ଟର ପୂର୍ଣ୍ଣ କାଳୀନ ବେଞ୍ଚ: ସରକାର ଓ ବାର୍ ଆସୋସିଏସନକୁ ନୋଟିସ୍

କଟକ: ଓଡ଼ିଶା ହାଇକୋର୍ଟରେ ୧୪ ଜଣିଆ ପୂର୍ଣ୍ଣ କାଳୀନ ବେଞ୍ଚ୍ ବସିଛି। ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସମେତ ଅନ୍ୟ ୧୩ ଜଣ ବିଚାରପତି ଏଥିରେ ଯୋଗ ଦେଇଛନ୍ତି। ପ୍ରଥମଥର ହାଇକୋର୍ଟର ପୂର୍ଣ୍ଣ କାଳୀନ ବେଞ୍ଚ ବସିଛି। ଏଥିରେ ଭାରତୀୟ ଆଇନଜୀବୀ ପରିଷଦ, ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ଆନ୍ଦୋଳନରତ ସମସ୍ତ ବାର୍ ଆସୋସିଏସନ ଓ ଆଇନ ସଚିବଙ୍କୁ ନୋଟିସ୍ ଜାରି କରାଯାଇଛି। ଏହା ସହ ହାଇକୋର୍ଟ ବାର୍ ଆସୋସିଏସନ୍‌ର ସଭାପତି ଓ ସଂପାଦକଙ୍କୁ ମଧ୍ୟ ନୋଟିସ୍ ଜାରି କରାଯାଇଛି। ଆସନ୍ତା ୨୧ ତାରିଖ ସୁଦ୍ଧା ଜବାବ ଦାଖଲ ପାଇଁ ନୋଟିସରେ ନିର୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ବାରମ୍ବାର ଆଇନଜୀବୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ବିଚାର ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି। ଏଥିରେ ବେଞ୍ଚ ଅସନ୍ତୋଷ ପ୍ରକାଶ କରିଛନ୍ତି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories