www.samajalive.in
Sunday, December 7, 2025
26.1 C
Bhubaneswar

ପର୍ଯ୍ୟଟକ ବସ୍‌ ଦୁର୍ଘଟଣାଗ୍ରସ୍ତ: ୮ ଯାତ୍ରୀ ମୃତ

ଗୋଦାବରୀ: ଆନ୍ଧ୍ରପ୍ରଦେଶର ଗୋଦାବରୀ ଜିଲାରେ ମଙ୍ଗଳବାର ଏକ ପର୍ଯ୍ୟଟକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ମରେଡୁମଲ୍ଲିରୁ ଛତିଶଗଡ ଚିନ୍ତୁରୁ ଯାଉଥିବା ପର୍ଯ୍ୟଟକ ବସ୍‌ ଓଲଟି ୮ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏଥିରେ ୩ରୁ ଅଧିକ ଯାତ୍ରୀ ଗୁରୁତର ହୋଇଥିବା ବେଳେ ଅନେକ ଆହତ ହୋଇଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, ପର୍ଯ୍ୟଟକ ବସଟି ରାଜମହେନ୍ଦ୍ରି ଠାରୁ ୪୦ କିମି ଦୂରରେ ଥିବା ପର୍ଯ୍ୟଟନ ସ୍ଥଳ ମରେଡୁମଲ୍ଲି ରୁ ଛତିଶଗଡ ସୀମାନ୍ତ ଆଦିବାସୀବହୁଳ ଅଞ୍ଚଳ ଚିନ୍ତୁରୁ କୁ ଯାଉଥିଲା। ଏହି ସମୟରେ ବାଲ୍ମିକି କୋଣ୍ଡା ନିକଟରେ ସଂକୀର୍ଣ୍ଣ ଖାଲଢିପ ଘାଟି ରାସ୍ତାରେ ବସଟି ବୁଲାଣି ନେଉଥିବା ବେଳେ ଭାରସାମ୍ୟ ହରାଇ ୬୦ ଫୁଟ୍ ତଳକୁ ଓଲଟି ପଡିଥିଲା। ବସରେ ୨୦ରୁ ୨୫ ଜଣ ଯାତ୍ରୀ ଥିବା ବେଳେ ସେମାନଙ୍କ ମଧ୍ୟରୁ ଘଟଣାସ୍ଥଳରେ ୮ ଜଣଙ୍କ ମୃତ୍ୟୁ ହୋଇଛି। ସେଠାରୁ ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଛି। ବସଟି ଦ୍ରୁତ ଗତିରେ ଯାଉଥିବା କାରଣରୁ ବ୍ରେକ୍‌ ଫେଲ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ପୁଲିସ ସନ୍ଦେହ କରୁଛି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories