www.samajalive.in
Monday, December 15, 2025
15.1 C
Bhubaneswar

ବିଜେଡିର ଜନସମ୍ପର୍କ ପଦଯାତ୍ରା

ଯାଜପୁର : ଯାଜପୁର ବିଂଝାରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନନ୍ଦିପୁର ପଞ୍ଚାୟତର ବିଜେଡିର ଜନସମ୍ପର୍କପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବିଂଝାରପୁର ବିଧାୟିକା ତଥା ସରକାରୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ପଦଯାତ୍ରା ବାବଳପୁର ଛକରୁ ଆରମ୍ଭ ହୋଇଥିଲା । ପଦଯାତ୍ରା ନନ୍ଦୀପୁର ପଂଚାୟତର ସମସ୍ତ ଗାଁକୁ ଗାଁ ପରିକ୍ରମା କରିଥିଲା । ଏହି ପଦଯାତ୍ରାରେ ବିଜେଡିର ଯୁବ, ମହିଳା, କୃଷକ ସଂଗଠନ ଗୁଡିକ ସାମିଲ ହୋଇଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖି ଯୋଜନାର ସଫଳତା ସଂପର୍କରେ ଲୋକଙ୍କୁ ଅବଗତ କରାଯିବା ସହିତ ସଂଗଠନକୁ ଆହୁରି ସୁଦୃଢ଼ କରିବାକୁ ବିଭିନ୍ନ ମତାମତ ମଧ୍ୟ ନିଆଯାଇଥିଲା । ଏହି ପଦଯାତ୍ରାରେ ଜିଲା ବିଜେଡି ସଭାପତି ସରୋଜ ମହାପାତ୍ର ସମେତ ବହୁ ବ୍ଲକସ୍ତରୀୟ ନେତା,କର୍ମୀ ଓ ଲୋକପ୍ରତିନିଧି ସାମିଲ ହୋଇଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories