www.samajalive.in
Sunday, December 14, 2025
19.1 C
Bhubaneswar

ମହିଲା ପିଇଓଙ୍କ ମୃତ୍ୟୁ ଘଟଣା ; ୫ ଅଟକ

ଯାଜପୁର : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ମହିଳା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ(ପିଇଓ)ଙ୍କ ମୃତ୍ୟୁ ଘଟଣାରେ ଗୁରୁବାର ପୁଲିସ ସରପଞ୍ଚଙ୍କ ସ୍ବାମୀଙ୍କ ସମେତ ୫ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି । ମୃତ ଦେହ ଉଦ୍ଧାର ହୋଇଥିବା ଗେଷ୍ଟ ହାଉସରେ ସାଇଣ୍ଟିଫିକ୍ ଟିମ ପହଞ୍ଚି ଯାଞ୍ଚ କରିଛି ।

ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ଅପରାହ୍ନ ସମୟରେ ସ୍ମିତାରାଣୀ ଭତ୍ତା ବଣ୍ଟନ ପାଇଁ ପଞ୍ଚାୟତକୁ ଯାଇଥିଲେ। ସେଠାରେ ସରପଞ୍ଚଙ୍କ ସ୍ୱାମୀ ଓ ଅନ୍ୟମାନଙ୍କ ସହିତ ମିଶି ଭତ୍ତା ବାଣ୍ଟି ଥିଲେ। ଅପରାହ୍ନ ସମୟରେ ସ୍ମିତାରାଣୀ ଖାଇବାକୁ ସରପଞ୍ଚଙ୍କ ନିଜସ୍ୱ କାର୍ଯ୍ୟାଳୟ ଗୃହକୁ ଯାଇଥିଲେ। ଖାଦ୍ୟ ଖାଇବା ପୂର୍ବରୁ ସେ ବାଥରୁମ ଯିବା ପାଇଁ କାର୍ଯ୍ୟାଳୟର ଉପରମହଲାକୁ ଯାଇଥିଲେ। ପରେ ରୁମ ଭିତରେ ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ସେ ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣା ସମ୍ପର୍କରେ ସରପଞ୍ଚଙ୍କ ସ୍ୱାମୀ ସ୍ମିତାରାଣୀଙ୍କ ବାପା ଏବଂ ପୁଲିସକୁ ଖବର ଦେବା ସହ ତାଙ୍କୁ ଧର୍ମଶାଳା ଡ଼ାକ୍ତରଖାନାକୁ ନେଇଆସିଥିଲେ। ମାତ୍ର ଡ଼ାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାର ତଦନ୍ତ ପାଇଁ ସ୍ମିତାରାଣୀଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories