www.samajalive.in
Friday, December 12, 2025
14.1 C
Bhubaneswar

ସଡକ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ରାଜ୍ୟପାଳ, ୬ ସୁରକ୍ଷାକର୍ମୀ ଆହତ

ଖୁଣ୍ଟା: ମୟୁରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଗସ୍ତ ସାରି ଫେରୁଥିବା ବେଳେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏକ ସଡକ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଖୁଣ୍ଟା ଥାନା ଅନ୍ତର୍ଗତ ପୁରୁଣାପଣି ନିକଟରେ ତାଙ୍କ ଏସ୍କର୍ଟଗାଡି ସାମ୍ନାକୁ ହଠାତ୍ ଏକ ସାଇକେଲ ଆରୋହୀ ଚାଲିଆସିଥିଲା। ଫଳରେ ପାଇଲଟ ଗାଡି ପଛରେ ଥିବା ପ୍ରଥମ ଏସ୍କର୍ଟ ଗାଡି ବ୍ରେକ ମାରିବାରୁ ପଛରେ ଥିବା ଦ୍ଵିତୀୟ ଏସ୍କର୍ଟ ଗାଡିଟି ସାମ୍ନା ଗାଡିର ପଛରେ ଧକ୍କା ଦେଇଥିଲା। ପଛରେ ଥିବା ରାଜ୍ୟପାଳ, ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଗାଡି ଗୁଡିକ ଧକ୍କା ହେବାରୁ ଅଳ୍ପକେ ବର୍ତ୍ତିଯାଇଥିଲା। ଏହି ଦୁର୍ଘଟଣାରେ ଏସ୍କର୍ଟ ଗାଡ଼ିରେ ବସିଥିବା ୬ରୁ ଅଧିକ ସୁରକ୍ଷା କର୍ମୀ ଆହତ ହୋଇଛନ୍ତି। ସେମାନଙ୍କୁ ବାରିପଦା ପିଆରଏମ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସୁରକ୍ଷିତ ଭାବେ ବାରିପଦା ସର୍କିଟ୍‌ ହାଉସରେ ଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୁକ୍ରବାର ମୟୁରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅନ୍ତର୍ଗତ ଧାନଘେରା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଗସ୍ତ ସାରି ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories