www.samajalive.in
Monday, December 8, 2025
27.1 C
Bhubaneswar

ଯାଜପୁର ସ୍ମିତାରାଣୀଙ୍କ ମୃତ୍ୟୁ ମାମଲା: ସରପଞ୍ଚଙ୍କ ସ୍ବାମୀ ରୂପେଶ ଗିରଫ

ଯାଜପୁର: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ମହିଳା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ଵାଳ ମୃତ୍ୟୁ ଘଟଣାରେ ପୁଲିସ ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ଗିରଫ କରିଛି। ରୂପେଶଙ୍କୁ ଗୁରୁବାର ଠାରୁ ଅଟକ ରଖି ଧର୍ମଶାଳା ପୁଲିସ ପଚରାଉଚୁରା କରୁଥିଲା। ଶନିବାର ପୁଲିସ ତାଙ୍କୁ ଗିରଫ କରିଛି ବୋଲି ଯାଜପୁର ଏସପି ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ସ୍ମିତାରାଣୀଙ୍କ ହତ୍ୟା ମାମଲା ସାରା ରାଜ୍ୟରେ ଚହଳ ପକାଇଦେଇଛି। ଏହି ଘଟଣାକୁ ନେଇ ଶାସକ ବିଜେଡିକୁ ଘେରିଛନ୍ତି ଉଭୟ କଂଗ୍ରେସ ଓ ବିଜେପି। ଏହି ଘଟଣାରେ ବିଜେଡିର ନେତା ସମ୍ପୃକ୍ତି ଥିବା ଅଭିଯୋଗ କରି ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ଦାବି କରିଛି କଂଗ୍ରେସ। ସେହିପରି ବରିଷ୍ଠ ବିଜେପି ନେତା ପ୍ରକାଶ ମିଶ୍ର ଶନିବାର ସାମ୍ବାଦିକ ସମ୍ମିଳନୀ କରି ଘଟଣାରେ ବିଜେଡିର ସମ୍ପର୍କ ରହିଛି ଏବଂ ଏହି ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି। ଉଭୟ ବିଜେପି ଏବଂ କଂଗ୍ରେସର ପ୍ରତିନିଧି ଦଳ ହରିଦାସପୁର ଗସ୍ତ କରି ସ୍ମିତାରାଣୀଙ୍କ ପରିବାରକୁ ସାକ୍ଷାତ କରି ତଥ୍ୟ ସଂଗ୍ରହ କରିଥିଲେ।

ସୂଚନାଯୋଗ୍ୟ ଗତ ବୁଧବାର ଅପରାହ୍ନ ସମୟରେ ସ୍ମିତାରାଣୀ ଭତ୍ତା ଟଙ୍କା ବଣ୍ଟନ ପାଇଁ ପଞ୍ଚାୟତକୁ ଯାଇଥିଲେ। ସେଠାରେ ସରପଞ୍ଚଙ୍କ ସ୍ୱାମୀ ଓ ଅନ୍ୟମାନଙ୍କ ସହିତ ମିଶି ଭତ୍ତା ଟଙ୍କା ବାଣ୍ଟି ଥିଲେ। ଅପରାହ୍ନ ସମୟରେ ସ୍ମିତାରାଣୀ ଖାଇବାକୁ ସରପଞ୍ଚଙ୍କ ନିଜସ୍ୱ କାର୍ଯ୍ୟାଳୟ ଗୃହକୁ ଯାଇଥିଲେ। ଖାଦ୍ୟ ଖାଇବା ପୂର୍ବରୁ ସେ ବାଥରୁମ ଯିବା ପାଇଁ କାର୍ଯ୍ୟାଳୟର ଉପରମହଲାକୁ ଯାଇଥିଲେ। ପରେ ରୁମ ଭିତରେ ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଘଟଣା ସମ୍ପର୍କରେ ସରପଞ୍ଚଙ୍କ ସ୍ୱାମୀ ସ୍ମିତାରାଣୀଙ୍କ ବାପା ଏବଂ ପୁଲିସକୁ ଖବର ଦେବା ସହ ତାଙ୍କୁ ଧର୍ମଶାଳା ଡ଼ାକ୍ତରଖାନାକୁ ନେଇଆସିଥିଲେ। ମାତ୍ର ଡ଼ାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାର ତଦନ୍ତ ପାଇଁ ସ୍ମିତାରାଣୀଙ୍କ ବାପା ଥାନାରେ ଅଭିଯୋଗ କରି କହିଥିଲେ ଯେ ତାଙ୍କ ଝିଅକୁ ହତ୍ୟା କରାଯାଇଛି। ପୁଲିସ ଘଟଣାରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା। ଗୁରୁବାର ପୁଲିସ ସରପଞ୍ଚଙ୍କ ସ୍ବାମୀଙ୍କ ସମେତ ୫ ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଥିଲେ। ପଚରାଉଚୁରା ପରେ ପୁଲିସ ସ୍ମିତାରାଣୀଙ୍କ ହତ୍ୟା ମାମଲାରେ ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ଗିରଫ କରିଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories