www.samajalive.in
Sunday, December 14, 2025
26.1 C
Bhubaneswar

୨୮ରେ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ

ଭୁବନେଶ୍ୱର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷାବୋର୍ଡ ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାଫଳ ୨୮ରେ ପ୍ରକାଶ ପାଇବ। ଏହା ସିବିଏସ୍‌ଇ ଅଫିସିଆଲ୍‌ ୱେବ୍‌ସାଇଟ୍‌ ମଭଗ୍ଦର.ଦ୍ଭସମ.ସଦ୍ଭ.ରେ ଉପଲବ୍ଧ ହେବ। ସମଗ୍ର ଦେଶରେ ୨୮.୨୪ଲକ୍ଷ ଛାତ୍ରଛାତ୍ରୀ ସିବିଏସ୍‌ଇ ବୋର୍ଡ ପରୀକ୍ଷା ଦେବା ପାଇଁ ନାମ ପଞ୍ଜିକରଣ କରିଥିଲେ। ଚଳିତ ବର୍ଷ ୧୧.୮୬ଜଣ ଛାତ୍ରଛାତ୍ରୀ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଦେଇଛନ୍ତି। ସେଥିମଧ୍ୟରୁ ୬,୯୦,୪୦୭ଜଣ ଛାତ୍ର ରହିଥିବାବେଳେ ୪,୯୫,୮୯୯ ଛାତ୍ରୀ ପରୀକ୍ଷା ଦେଇଛନ୍ତି। ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ସାରାଦେଶରେ ୪,୧୩୮ଟି କେନ୍ଦ୍ର କରାଯାଇଥିଲା। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଶ୍ରେଣୀ ପରୀକ୍ଷା ପାଇଁ ଭୁବନେଶ୍ୱର ରିଜିଅନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ରହିଛି ଓଡ଼ିଶା, ପଶ୍ଚିମବଙ୍ଗ ଓ ଛତିଶଗଡ଼କୁ ନେଇ ସିବିଏସ୍‌ଇ ଭୁବନେଶ୍ୱର ରିଜିଅନ୍‌ ଗଠନ କରାଯାଇଛି। ସେଥିମଧ୍ୟରୁ କେବଳ ଓଡ଼ିଶାରେ ଥିବା ୨୮୭ ସ୍କୁଲରେ ଦଶମରେ ୭୦,୪୬୫ ଏବଂ ଦ୍ୱାଦଶରେ ୪୭,୮୧୯ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ଜଣାପଡ଼ିଛି।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories