www.samajalive.in
Saturday, December 13, 2025
27.1 C
Bhubaneswar

ବିଜେପୁର ଉପ ନିର୍ବାଚନ : ୨୮୫ଟି ବୁଥ୍‍ ମଧ୍ୟରୁ ୧୨୯ଟି ସମ୍ବେଦନଶୀଳ

ଭୁବନେଶ୍ବର : ବିଜେପୁର ବିଧାନସଭା ଆସନରେ ଉପ ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହେଉଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଶାନ୍ତିଶୃଙ୍ଖଳାର ସହ ନିରପେକ୍ଷ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି।
ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଚାଲିବ। ଭୋଟରମାନେ ୧୨ପ୍ରକାରର
ପରିଚୟ ପତ୍ର ମଧ୍ୟରୁ ଯେକୌଣସି ଗୋଟିଏ ପରିଚୟପତ୍ର ଦେଖାଇ ମତଦାନ କରିପାରିବେ ବୋଲି ମୁଖ୍ୟନିର୍ବାଚନ ଅଧିକାରୀ ସୁଶିଲ କୁମାର ଲୋହାନୀ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।

ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ୍‍ ୨୮୫ଟି ବୁଥ୍‍ ରହିଥିବାବେଳେ ସେଥିମଧ୍ୟରୁ ୧୨୯ଟି ବୁଥ୍‍କୁ ସମ୍ବେଦନଶୀଳ ବୁଥ୍‍ ଭାବେ ଚିହ୍ନଟ କରାଯାଇଛି । ସେହିସବୁ ବୁଥ୍‍ ଗୁଡିକରେ ଅଧିକ ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯିବ। ଅପ୍ରୀତିକର ପରିସ୍ଥିତିକୁ ଏଡାଇବା ପାଇଁ ୧୪ଟି ବୁଥରେ ସିସିଟିଭି ବ୍ୟବସ୍ଥା କରାଯାଇଛି । ୭୭ଟି ବୁଥରେ ମାଇକ୍ରୋ ପର୍ଯ୍ୟବେକ୍ଷକଙ୍କୁ ନିୟୋଜିତ କରାଯିବ।  ସେହିପରି ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଦିବ୍ୟାଙ୍ଗ ମତଦାତାଙ୍କ ପାଇଁ ପ୍ରତି ମତଦାନ କେନ୍ଦ୍ରରେ ୨ଜଣ ଲେଖାଏଁ ସ୍ବେଚ୍ଛାସେବୀ ରହିବେ ବୋଲି ସେ କହିଛନ୍ତି।

Hot this week

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

Related Articles

Popular Categories