www.samajalive.in
Sunday, December 14, 2025
14.1 C
Bhubaneswar

ଯାଜପୁରରେ ବିଜେପିର ୧୨ ଘଣ୍ଟିଆ ବନ୍ଦ, ଯାତ୍ରୀ ହନ୍ତସନ୍ତ

ଯାଜପୁର: ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ହରିଦାସପୁର ପଞ୍ଚାୟତର ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ଵାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବି କରିଛି ବିଜେପି। ଏଥିପାଇଁ ଦଳ ପକ୍ଷରୁ ସୋମବାର ଯାଜପୁର ଜିଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି।

ସକାଳୁ ସକାଳୁ ବିଜେପି କର୍ମୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ଦୋକାନ ବଜାର ବନ୍ଦ କରିଥିଲେ। ଏହା ବ୍ୟତୀତ ବିଭିନ୍ନ ସ୍ଥାନରେ ଟାୟାର ଜାଳି ରାସ୍ତାରୋକୋ କରିଛନ୍ତି। ଫଳରେ ଯାନବାହନ ଚଳାଳଚ ବନ୍ଦ ରହିଛି। ଜାରକା ନିକଟରେ ୧୬ ନମ୍ବର ଜାତୀୟ ରାଜପଥ ଏବଂ ଯାଜପୁର ରୋଡ୍‌ର ଦଳା ଛକଠାରେ ୨୧୫ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରାଯାଇଛି। ଦୋକାନ ବଜାର ସମେତ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ଥିବାରୁ ଜନସାଧାରଣ ଏବଂ ଯାତ୍ରୀମାନେ ବହୁ ହନ୍ତସନ୍ତ ହେଉଛନ୍ତି। ବହୁ ଶ୍ରମିକ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଯିବାକୁ ଅପେକ୍ଷା କରିଥିବାବେଳେ ବନ୍ଦ ଯୋଗୁ ଯାଇପାରି ନାହାନ୍ତି।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories