www.samajalive.in
Saturday, December 13, 2025
26.1 C
Bhubaneswar

ଆହୁରି ୪୮ଘଣ୍ଟା ପ୍ରବଳ ବର୍ଷା ୫ଜିଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ବର; ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବା ଫଳରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ପର୍ୟ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ଗୁରୁବାର ୫ଟି ଜିଲ୍ଲାକୁ ପାଣିପାଗ ବଭାଗପକ୍ଷରୁ ରେଡ ଓ୍ଵାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଢ଼େଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ପୁରୀ ଆଦି ରହିଛି। ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ବର୍ଷା ସମୟରେ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହିତ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।ସେହିପରି ପ୍ରବଳ ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ନୟାଗଡ଼, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ସୋନପୁର, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ମୟୂରଭଞ୍ଜ ଓ ଅନୁଗୁଳରେ ପ୍ରବଳ ବର୍ଷା ହୋଇପାରେ। ଆଜି ସକାଳ ୮ଟା ୩୦ ସୁଦ୍ଧା ପୁରୀରେ ସର୍ବାଧିକ ୧୬୬.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories