www.samajalive.in
Wednesday, December 10, 2025
26.1 C
Bhubaneswar

ବିଜେପୁରରେ ବିଜେଡିର ଐତିହାସିକ ବିଜୟ : ରୀତା ସାହୁ, ବିଜେପୁର ବାସୀ ଓ ଦଳୀୟ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟି ଶେଷରେ ଗୁରୁବାର ଅପରାହ୍ଣରେ ବରଗଡ଼ ଜିଲା ଅନ୍ତର୍ଗତ ବିଜେପୁର ବିଧାନସଭା ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଏଥିରେ ବିଜୁ ଜନତା ଦଳ(ବିଜେଡ଼ି) ବିପୁଳ ସଂଖ୍ୟାରେ ବିଜୟ ଲାଭ କରିଛି। ବିଜେଡି ପ୍ରାର୍ଥିନୀ ରୀତା ସାହୁ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ସନତ ଗଡ଼ତିଆଙ୍କୁ ୯୭ ହଜାର ୯୯୦ ଖଣ୍ଡ ଭୋଟ ବ୍ୟବଧାନରେ ହରାଇ ଐତିହାସିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ପରିପ୍ରେକ୍ଷିରେ ବିଜେଡ଼ି ମୁଖିଆ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୀତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହାସହିତ ବିଜେପୁର ଭାଇଭଉଣୀମାନଙ୍କୁ ଆନ୍ତରିକା ଧନ୍ୟବାଦ ଜଣାଇଛନ୍ତି। ଏବଂ ବିଜୁ ଜନତା ଦଳ(ବିଜେଡ଼ି) ଦଳର ସମସ୍ତ କର୍ମକର୍ତ୍ତାଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।


ରାଜ୍ୟ ନିର୍ବାଚନ କମିସନ ୱେବ୍‌ସାଇଟ୍‌ ସୂଚନା ଅନୁସାରେ, ବିଜେଡି ପ୍ରାର୍ଥିନୀ ରୀତା ସାହୁ ସମୁଦାୟ ୧,୩୫,୯୫୭ ଖଣ୍ଡ ଭୋଟ୍‌ ପାଇ ଏହି ନିର୍ବାଚନରେ ବିଜୟିନୀ ହୋଇଛନ୍ତି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories