www.samajalive.in
Friday, December 12, 2025
27.1 C
Bhubaneswar

ଶ୍ରୀନଗରରେ ସିଆରପିଏଫ ଯବାନଙ୍କ ଉପରକୁ ଆତଙ୍କବାଦୀଙ୍କ ଗ୍ରେନେଡ ମାଡ, ୬ ଯବାନ ଆହତ

ଶ୍ରୀନଗର : ଜାମ୍ମୁକାଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ଥିଲେ ମଧ୍ୟ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ଶ୍ରୀନଗରର କରନ ନଗର ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ଆତଙ୍କବାଦୀମାନେ ସିଆରପିଏଫ ଯବାନଙ୍କ ଉପରକୁ ଗ୍ରେନେଡ ମାଡ଼ କରିଛନ୍ତି। ଏଥିରେ ୬ଜଣ ଯବାନ ଆହତ ହୋଇଥିବା ଜଣାପଡିଛି। ଆହତ ଯବାନମାନଙ୍କୁ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ, ସିଆରପିଏଫ ଓ ସ୍ଥାନୀୟ ପୁଲିସ ମିଳିତଭାବେ ପାଟ୍ରୋଲିଂ କରୁଥିଲେ। ସନ୍ଧ୍ୟା ସମୟରେ ଆତଙ୍କବାଦୀମାନେ ସିଆରପିଏଫ ଗାଡି ଉପରକୁ ଗ୍ରେନେଡ ମାଡ଼ କରିବା ସହ ଗୁଳି ଚଳାଇଥିଲେ। ଏହାର ଯବାବରେ ସିଆରପିଏଫ ଯବାନମାନେ ଆତଙ୍କବାଦୀବାନଙ୍କ ଉପରକୁ ପାଲଟା ଗୁଳି ଚଳାଇଥିଲେ। ମାତ୍ର ୬ ସିଆରପିଏଫ ଯବାନ ଆହତ ହୋଇଥିଲେ । 

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories