www.samajalive.in
Thursday, December 11, 2025
18.1 C
Bhubaneswar

ବିପର୍ଯ୍ୟୟ ମୁକାବିଲାରେ ଅନ୍ୟ ରାଜ୍ୟ ପାଇଁ ଉଦାହରଣ ପାଲଟିଛି ଓଡିଶା: ନବୀନ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଭୁବନେଶ୍ବରସ୍ଥିତ ରବୀନ୍ଦ୍ର ମଣ୍ଡପରେ ମଙ୍ଗଳବାର ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ୟ୍ୟୟ ହ୍ରାସ ଦିବସ ପାଳନ କରାଯାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ଅଧ୍ୟକ୍ଷତାରେ ଏହି କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ କହିଛନ୍ତି ଯେ, ଜଳବାୟୁ ପରିବର୍ତ୍ତନ ହେତୁ ଓଡିଶା ବାରମ୍ବାର ବିପର୍ଯ୍ୟୟର ସାମ୍ନା କରୁଛି। ଏଥିପାଇଁ ଆମକୁ ସଜାଗ ରହିବାକୁ ହେବ। ବିପର୍ଯ୍ୟୟ ମୁକାବିଲାରେ ଓଡିଶା ଅନ୍ୟ ରାଜ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ଏହା ସହ ଚଳିତ ବର୍ଷ ଫନି ଭଳି ବିପର୍ୟ୍ୟୟର ସଫଳ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଅଧିକାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ସଚିବ ଅସିତ ତ୍ରିପାଠୀ ଓ ସ୍ବତନ୍ତ୍ର ରିଲିଫ୍ କମିସନର ପ୍ରଦୀପ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ସମ୍ମାନିତ କରାଯାଇଥିଲା।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories