www.samajalive.in
Tuesday, December 9, 2025
16.1 C
Bhubaneswar

ସେକ୍ସ ରାକେଟ ଠାବ, ୩ ଗିରଫ

ଭୁବନେଶ୍ବର: ବଲାଙ୍ଗିର ଜିଲ୍ଲା ପୁଇଁନ୍ତତଳା ଥାନା ଅନ୍ତର୍ଗତ ବୁରଭାଡ଼ି ଗାଁରେ ଦେହ ବ୍ୟବସାୟ ଚାଲିଥିବା ଅଭିଯୋଗ ହୋଇଥିଲା। ମଙ୍ଗଳବାର ରାତିରେ ଗ୍ରାମବାସୀମାନେ ଘଟଣାସ୍ଥଳରେ ଚଢାଉ କରି ଅଭିଯୁକ୍ତମାନଙ୍କୁ ଅଟକ ରଖିଥିଲେ ଓ ପରେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦେହ ବ୍ୟବସାୟ ପାଇଁ ଅଣାଯାଇଥିବା ଯୁବତୀଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା। ବୁଧବାର ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରିଥିବା ସଦର ଏସ୍‌ଡିପିଓ ଶ୍ରୀମନ୍ତ ବାରିକ ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ମାନେ ହେଲେ ତରଭା ଥାନା ଟୁଲୁଣ୍ଡା ଗାଁର ମୁରାରୀ ମିଶ୍ର, ମାନମୁଣ୍ଡା ଗାଁର ଗଡପଦ୍ମ ଷଣ୍ଢ, ତାରଭା ଗାଁର ଓସକାର ରେହେମାନ। ଉଦ୍ଧାର ଯୁବତୀଙ୍କୁ ପୁଲିସ କୋର୍ଟରେ ହଜାର କରିବ ବୋଲି ଜଣାପଡିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories