www.samajalive.in
Monday, December 8, 2025
13.1 C
Bhubaneswar

ହକି ମ୍ୟାଚ ପାଇଁ ରାଜଧାନୀରେ ଟ୍ରାଫିକ କଟକଣା

ଭୁବନେଶ୍ଵର: ରାଜଧାନୀର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେଉଛି ଏଫଆଇଏଚ ହକି ଅଲିମ୍ପିକ୍ସ କ୍ବାଲିଫାୟାର୍ସ ମ୍ୟାଚ। ଶୁକ୍ରବାର ସନ୍ଧ୍ୟାରେ ପ୍ରଥମ ମ୍ୟାଚ ଆରମ୍ଭ ହେବ। ତେଣୁ ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜଧାନୀରେ ଟ୍ରାଫିକ କଟକଣା ଲାଗୁ କରାଯାଇଛି। ଜୟଦେବ ବିହାରରୁ ଶାସ୍ତ୍ରୀନଗର ରାସ୍ତାରେ ଅନଧିକୃତ ଗାଡ଼ି ଯାତାୟାତ ବନ୍ଦ ରହିବ ବୋଲି କମିଶନରେଟ ପୁଲିସ ପକ୍ଷରୁ ନିର୍ଦେଶ ଜାରି କରାଯାଇଛି। ସେହିପରି ୧୨୦ ବାଟାଲିୟନରୁ ଗାଡ଼ିଗୁଡ଼ିକ ଶାସ୍ତ୍ରୀନଗରରୁ ସଚିବାଳୟ ମାର୍ଗରେ ଯିବେ। ଷ୍ଟାଡିୟମ ପାର୍ଶ୍ଵରୁ ଆସିବାକୁ ଥିବା ଗାଡ଼ି ଜୟଦେବବିହାରରୁ ଆଚାର୍ଯ୍ୟ ବିହାର ପଟକୁ ଯିବେ। ବାଣୀବିହାର ପଟୁ ଆସୁଥିବା ଗାଡ଼ିକୁ କଳିଙ୍ଗ ଷ୍ଟାଡିୟମ ପଟକୁ ଛଡ଼ାଯିବ ନାହିଁ। ଉକ୍ତ ଗାଡ଼ିଗୁଡ଼ିକ ଆଚାର୍ଯ୍ୟବିହାର-ଜୟଦେବ ବିହାର ରାସ୍ତାରେ ଯାତାୟାତ କରିବେ। ଖେଳ ଦେଖିବାକୁ ଆସୁଥିବା ଦର୍ଶକମାନେ ୩ ନମ୍ବର ଗେଟ୍‌ ଦେଇ ପ୍ରବେଶ କରିବେ। ଅପରାହ୍ନ ୪ଟାରୁ ଷ୍ଟାଡିୟମ ଭିତରକୁ ପ୍ରବେଶ ଆରମ୍ଭ ହେବ। ଏଜି କଲୋନୀ ଆଡୁ ଆସୁଥିବା ଦର୍ଶକ ଫୁଟ ଓଭରବ୍ରିଜ ଦେଇ ପ୍ରବେଶ କରିବାର ବ୍ୟବସ୍ଥା ହୋଇଛି।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories