www.samajalive.in
Sunday, December 7, 2025
15.1 C
Bhubaneswar

ଦନ୍ତାହାତୀ ଆକ୍ରମଣରେ ବୃଦ୍ଧଙ୍କ ଶୋଚନୀୟ ମୃତ୍ୟୁ

କମାକ୍ଷାନଗର: ଢେଙ୍କାନାଳ ଜିଲା କମାକ୍ଷାନଗର ବ୍ଲକ ତଥା ପଶ୍ଚିମାଞ୍ଚଳ ରେଞ୍ଜ ଅନ୍ତର୍ଗତ କାକ୍ଷାନଗର-ଢେଙ୍କାନାଳ ମୁଖ୍ୟରାସ୍ତାର ଶାଳୁଆଛକଠାରେ ମଙ୍ଗଳବାର ଭୋର ସମୟରେ ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ଶୋଚନୀୟ ଭାବେ ମୃତ୍ୟୁ ହୋଇଛି। ମୃତକ ହେଲେ କୋଟଗରା ପଞ୍ଚାୟତର ଗୋଦରୀବିଲ ଗ୍ରାମର ହୃଦାନନ୍ଦ ମଳିକ(୬୦)। ହୃଦାନନ୍ଦ ଭୋର ସମୟରେ ଶୌଚ ପାଇଁ ଯାଇଥିବା ସମୟରେ ଏକ ଦନ୍ତାହାତୀ ହାବୁଡରେ ପଡିଯାଇଥିଲେ। ଫଳରେ ହାତୀଟି ହୃଦାନନ୍ଦଙ୍କୁ ଟେକି କଚାଡି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। କ୍ଷତିପୂରଣ ଦାବିରେ ବସ୍ତିବାସିନ୍ଦା ମୁଖ୍ୟ ରାସ୍ତାରେ ଟାୟାର ଜାଳି ଅବରୋଧ କରିଥିଲେ। ଖବରପାଇ ବନବିଭାଗ କର୍ମଚାରୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ଆନ୍ଦୋଳନକାରୀ ରାସ୍ତାରୋକ ପ୍ରତ୍ୟାହୃତ କରିଛନ୍ତି। ବନବିଭାଗ ପକ୍ଷରୁ ପ୍ରାଥମିକ ସ୍ତରରେ ୪୦ ହଜାର ଟଙ୍କା ମୃତକଙ୍କ ପରିବାରକୁ ପ୍ରଦାନ କରାଯାଇଛି। ପୁଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories