www.samajalive.in
Friday, December 12, 2025
19.1 C
Bhubaneswar

ବୁଧବାର ରାଶିଫଳ

ମେଷ: ନିଜ କାର୍ଯ୍ୟକୁ ପଛରେ ପକାଇ ଅନ୍ୟ ପାଇଁ କାର୍ଯ୍ୟ କରିପାରନ୍ତି। ସ୍ବଳ୍ପ ଆୟ ହେବାର ସୂଚନା ମିଳୁଛି। ସୁସ୍ଥ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଚଞ୍ଚଳ ଚେଷ୍ଟିତ ହେବେ।

ବୃଷ: ଧନଲାଭର ସୂଚନା ମିଳୁଛି। କର୍ମ ଚଞ୍ଚଳ ହେବେ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିପାରନ୍ତି।

- Advertisement -

ମିଥୁନ: ବିବାଦୀୟ ଘଟଣାରେ ବିଜୟୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତିବାହିତ ହେବ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।

କର୍କଟ: କାର୍ଯ୍ୟରେ ଆଂଶିକ ସଫଳତା ମିଳିବ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ। ଜଳଯାତ୍ରା ମନା।

ସିଂହ: ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହୋଇପାରନ୍ତି। ବିବାହ ପ୍ରସ୍ତାବ ଆସିପାରେ।

କନ୍ୟା: ବୁଦ୍ଧି ପ୍ରୟୋଗ କରି ଲାଭବାନ୍‌ ହେବେ। ଆତ୍ମ ବଡ଼ିମା ଦେଖାଇ ପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଶକ୍ତିମାନ୍‌ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ମିଳିବ।

ତୁଳା: ମନ ପ୍ରଫୁଲ୍ଲ ରହିବ। ପରଚର୍ଚ୍ଚା କରିପାରନ୍ତି। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ସୁଖୀ ହେବେ।

ବିଛା: ଯାତ୍ରାଦିରେ ସଫଳ ହେବେ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସ୍ବାସ୍ଥ୍ୟ ଅତୁଟ ରହିବ। କୃଷି କର୍ମକାରୀ ହେବେ। ଜଳପ୍ରତି ଆଦରପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ଧନୁ: ପରୋପକାରୀ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରକୃତିର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫ ଜନିତ କ୍ଳେଶ ଭୋଗ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ।

ମକର: ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ। ନିର୍ଭରଶୀଳ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ମିଳିବ।

କୁମ୍ଭ: ଉତ୍ସବାଦିରେ ଯୋଗଦେଇ ଖୁସି ହୋଇପାରନ୍ତି। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ମାଲିମୋକଦ୍ଦମାରେ ଜିଣିବେ ଓ ଧନଲାଭ ହେବ। ସୁସ୍ଥ ରହିବେ। ଐଶ୍ବର୍ଯ୍ୟଯୁକ୍ତ ହେବେ।

ମୀନ: ଇଚ୍ଛା ବିରୁଦ୍ଧରେ କାର୍ଯ୍ୟ କରିବାକୁ ବାଧ୍ୟ ହେବେ। ଚଞ୍ଚଳ ସ୍ବଭାବର ହୋଇପାରନ୍ତି। ସାମୟିକ ଭାବେ ଏକାନ୍ତରେ ସମୟ ବିତାଇ ପାରନ୍ତି। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ।

Hot this week

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

Related Articles

Popular Categories