www.samajalive.in
Saturday, December 13, 2025
23.1 C
Bhubaneswar

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ସୋର : ସୋରର ମଙ୍ଗଳପୁର ବାଘଆମ୍ପୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବାଘଆମ୍ପୁଡ଼ା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବାବୁଲି ବିନ୍ଧାଣୀଙ୍କ ପୁଅ ଜାଗର (୨୫)। ମିଳିଥିବା ସୂଚନା ଅନୁଯାୟୀ, ଜାଗର ଶୁକ୍ରବାର ଦ୍ୱିପ୍ରହର ସମୟରେ ଅଟା ଆଣିବାକୁ ଗାଁ ପାଖ ଦୋକାନକୁ ଯାଇଥିଲେ। ରାସ୍ତାରେ ଛିଡ଼ି ପଡ଼ିଥିବା ଏକ ବିଦ୍ୟୁତ ତାରକୁ ସେ ଗୋଡ଼ରେ ଆଡ଼େଇ ଦେଇଥିଲେ। ଫଳରେ ଫଳରେ ବିଦ୍ୟୁତ ଆଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ପରିବାର ଲୋକେ ତାଙ୍କୁ ସୋର ଡ଼ାକ୍ତରଖାନାକୁ ଆଣିଥିଲେ। ମାତ୍ର ଡ଼ାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏଭଳି ଏକ ଘଟଣା ପରିବାର ଲୋକଙ୍କ ମନରେ ଗଭୀର ଆଘାତ ସୃଷ୍ଟି କରିଥିବା ସହ ମୃତଦେହ ବ୍ୟବଚ୍ଛେଦ କରିବାକୁ ସେମାନେ ପୁଲିସକୁ ଜଣାଇଛନ୍ତି।

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories