www.samajalive.in
Saturday, December 13, 2025
14.1 C
Bhubaneswar

ଧାମରାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ; ଗିରଫ ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଧାମରା: ଭଦ୍ରକ ଜିଲା ଜିଲା ଧାମରା ଥାନା ଅନ୍ତର୍ଗତ ଦୋସିଙ୍ଗା ପଞ୍ଚାୟତରେ ଏକ ନାବାଳିକା ଗଣ ଦୁଷ୍କର୍ମର ଶିକାର ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ସୋମବାର ବିଳମ୍ବିତ ରାତିରେ ନାବାଳିକା ଏକୁଟିଆ ଶୋଇଥିବା ବେଳେ ସେହି ଗ୍ରାମର ତାପସ ସାହୁ(୩୦) ଏବଂ ସମିପାଟିଆ ଗ୍ରାମର ବିଟୁ ଖଟୁଆ ଏକ ନିଛାଟିଆ ସ୍ଥାନକୁ ଉଠାଇ ନେଇଥିଲେ। ସେଠାରେ ନାବାଳିକାଙ୍କ ସହ ଗଣଦୁଷ୍କର୍ମ କରିବା ପରେ ଚେତାଶୂନ୍ୟ ଅବସ୍ଥାରେ ତାଙ୍କୁ ଛାଡି ଅଭିଯୁକ୍ତମାନେ ଫେରାର ହୋଇ ଯାଇଥିଲେ। ଏନେଇ ନାବାଳିକାଙ୍କ ବାପା ଧାମରା ଥାନାରେ ଲିଖିତ ଅଭିଯୋଗ କରିବା ପରେ ଧାମରା ଥାନାଧିକାରୀ ସଂପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହା ସହ ନାବାଳିକାଙ୍କୁ ଡାକ୍ତରୀ ମାଇନା ପାଇଁ ପଠାଇଛନ୍ତି।

Hot this week

ଜାନୁଆରୀ ୩୦ରୁ ଅନଶନରେ ବସିବେ ଆନ୍ନା

ମୁମ୍ବଇ: ବିଶିଷ୍ଟ ଗାନ୍ଧୀବାଦୀ ନେତା ତଥା ସମାଜସେବୀ ଆନ୍ନା ହଜାରେ ଜାନୁଆରୀ...

“ବଳଦଙ୍କୁ ଖାଇଗଲା ବୋଲି, ବାଘକୁ ବିଷ ଦେଇ ମାରିଦେଲି”

ବଣାଇ : ତିନି ବଳଦ ଜଙ୍ଗଲକୁ ଚରିବାକୁ ଯାଇ ଆଉ ଫେରି...

ଭେଣ୍ଟିଲେଟରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆ

ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ବେଗମ ଖାଲେଦା ଜିଆଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ...

ମେସିଙ୍କୁ ଦେଖିବା ପାଇଁ ଏୟାରପୋର୍ଟରେ ଅସମ୍ଭାଳ ଭିଡ; ଦେଖନ୍ତୁ ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ତିନି ଦିନିଆ ଭାରତ ଗସ୍ତରେ ଆସି କଲକାତା...

ଜନଗଣନା ପାଇଁ ୧୧,୭୧୮ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ: ଭାରତର ଜନଗଣନା ୨୦୨୭ ପାଇଁ ୧୧,୭୧୮. ୨୪ କୋଟି ଟଙ୍କାର...

Related Articles

Popular Categories