www.samajalive.in
Sunday, December 14, 2025
14.1 C
Bhubaneswar

କେରଳରେ ଅଜଣା ରୋଗ ନେଉଛି ଜୀବନ

କୋଚି: କେରଳର କୋଝିକୋଡ୍‍ ଜିଲାରେ ଅଜଣା ରୋଗ ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଏହି ରୋଗରେ ଆକ୍ରାନ୍ତ ହୋଇ ଆଠ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ ଜଣ ଗୁରୁତର ଅଛନ୍ତି। ଉକ୍ତ ଅଞ୍ଚଳକୁ ଯାଇ ତୁରନ୍ତ ସ୍ଥିତି ଅନୁଧ୍ୟାନ କରି ପ୍ରତିଷେଧକମୂଳକ ପଦକ୍ଷେପ ନେବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ର(ଏନ୍‍ସିଡିସି)କୁ ନିର୍ଦେଶ ଦେଇଛନ୍ତି।
ଗତ ଦୁଇ ସପ୍ତାହ ମଧ୍ୟରେ ଉତ୍ତର କେରଳର କୋଝିଗଡ଼ା ଜିଲା ପେରାମ୍ବ୍ରାରେ ଅଜଣା ରୋଗ ଆତଙ୍କ ସୃଷ୍ଟି କରିବା ପରେ ରାଜ୍ୟ ସରକାର ପ୍ରତିକାର ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟକୁ ଚିଠି ଲେଖିଥିଲେ। କେରଳ ସ୍ୱାସ୍ଥ୍ୟମନ୍ତ୍ରୀ କେ କେ ଶୈଳଜା କହିଛନ୍ତି ଯେ ରୋଗୀଙ୍କ ରକ୍ତ ନମୁନା ପୁନେସ୍ଥିତ ଏନ୍‍ଆଇଭିକୁ ପଠାଯାଇଛି। ଜିଲା ଡାକ୍ତରଖାନାରେ ଏକ ସ୍ୱତନ୍ତ୍ର ୱାର୍ଡ ଖୋଲାଯାଇଛି। ଅଜଣା ରୋଗରେ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ନର୍ସ ଅଛନ୍ତି। ସେହିପରି ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ତିନିଜଣ ଥିବା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ରୋଗର ଲକ୍ଷଣରୁ ପଶୁପକ୍ଷୀଙ୍କଠାରୁ ଏହି ରୋଗ ବ୍ୟାପିଥାଇପାରେ ବୋଲି ବିଶେଷଜ୍ଞମାନେ ଅନୁମାନ କରିଛନ୍ତି।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories