www.samajalive.in
Monday, December 8, 2025
20.1 C
Bhubaneswar

ସୀମାରେ ପାକ୍‌ର ଗୁଳିବର୍ଷା, ଭାରତର ଜବାବରେ ୪ ପାକ୍‌ ସୈନ୍ୟ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ରାଜୋରୀର କେରୀ ସେକ୍ଟରରେ ବୁଧବାର ସକାଳେ ପାକିସ୍ତାନୀ ସେନା ପକ୍ଷରୁ ପ୍ରବଳ ଗୁଳିମାଡ଼ କରାଯାଇଛି। ଭାରତ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ଭାରତୀୟ ସେନାର ଜବାବରେ ୪ ପାକ୍‌ ସୈନ୍ୟ ନିହତ ହୋଇଥିବା ସୂଚନା ମିଳିଛି। ଏହା ସହିତ ପାକ୍‌ ସେନାର କେତେକ ଶିବିର ଧ୍ଵଂସ ହୋଇଥିବା ଜଣାପଡ଼ିଛି।

ଗତ ମଙ୍ଗଳବାର ଶାହପୁର, କୀରନି ଏବଂ ବାଲାକୋଟ ସେକ୍ଟରରେ ପାକିସ୍ତାନ ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଥିଲା। ଅପରାହ୍ନ ୪ଟାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ପାକ୍‌ ସେନା ପକ୍ଷରୁ ସେନା ଶିବିରକୁ ଟାର୍ଗେଟ କରି ଗୁଳିମାଡ଼ କରାଯାଇଥିଲା। ବୁଧବାର ସକାଳେ ମଧ୍ୟ ପାକ୍‌ ସେନା ପକ୍ଷରୁ ଗୁଳିମାଡ଼ କରାଯାଇଥିଲା। ଭାରତୀୟ ସେନା ପକ୍ଷରୁ ଏହାର କଡ଼ା ଜବାବ ଦିଆଯାଇଥିଲା। ଏଥିରେ ପାକ୍‌ ସେନାର ୩ଟି ଶିବିର ଧ୍ଵଂସ ହୋଇଯାଇଥିଲା। ଏହା ସହିତ ୪ ପାକ୍‌ ସୈନ୍ୟ ପ୍ରାଣ ହରାଇଥିବା ସୂଚନା ମିଳିଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories