www.samajalive.in
Friday, December 12, 2025
19.1 C
Bhubaneswar

ବିଶ୍ୱ ମଧୁମେହ ଦିବସ ଅବସରରେ ଭଦ୍ରକରେ ସଚେତନତା ଶୋଭାଯାତ୍ରା

ଭଦ୍ରକ: ଆଜି ହେଉଛି ବିଶ୍ୱ ମଧୁମେହ ଦିବସ। ଚଳିତବର୍ଷର ବାର୍ତ୍ତା ରହିଛି ନିଜ ପରିବାରକୁ ସୁରକ୍ଷିତ ରଖ। ଏହି ଦିବସ ଅବସରରେ ଭଦ୍ରକ ଜିଲ୍ଲା ଆରଡି ଛକରୁ ଏକ ସଚେତନତା ଶୋଭାଯାତ୍ରା ନଗର ପରିକ୍ରମା କରିଥିଲା। ଏଥିରେ ସ୍ଥାନୀୟ ବିଧାୟକଙ୍କ ସମେତ ବହୁ ସ୍ୱେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା ଓ ସ୍ୱାସ୍ଥ୍ୟକର୍ମୀ ଯୋଗ ଦେଇ ମଧୁମେହ ରୋଗର ନିରାକରଣ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଇଥିଲେ। ସେହିପରି ସୁବର୍ଣ୍ଣପୁର ଜିଲ୍ଲା ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ଜିଲ୍ଲା ସ୍ୱାସ୍ଥ୍ୟସମିତି ବିଶ୍ୱ ମଧୁମେହ ଦିବସ ପାଳିତ ହୋଇଯାଇଛି। ଏହି ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସକ ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡକ୍ଟର ଦିଲ୍ଲୀପ ପଣ୍ଡା ମଧୁମେହ ରୋଗର ଲକ୍ଷଣ, ନିରାକରଣ ଓ ଚିକିତ୍ସା ଉପରେ ଆଲୋଚନା କରି ସଚେତନତା ହିଁ ଆମକୁ ମଧୁମେହରୁ ଅନେକାଂଶରେ ରକ୍ଷା କରିପାରିବ ବୋଲି ମତ ରଖିଛନ୍ତି। ଏହି ଅବସରରେ ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ଏକ ମାଗଣା ଚିକିତ୍ସା ଶିବିର ସହ ଔଷଧ ବିତରଣ କରାଯାଇଛି।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories