www.samajalive.in
Saturday, December 6, 2025
26.1 C
Bhubaneswar

ମଧ୍ୟାହ୍ନ ଭୋଜନରେ ଝିଟିପିଟି ଅଭିଯୋଗ; ୨ଟି ସ୍କୁଲରେ ୫୦ ଛାତ୍ରଛାତ୍ରୀ ଅସୁସ୍ଥ

ଯାଜପୁର: ସରକାରୀ ସ୍କୁଲରେ ଛାତ୍ରଛାତୀଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନରେ ଝିଟିପିଟି ପଡିଥିବା ଅଭିଯୋଗ ହୋଇଛି। ଫଳରେ ଏହାକୁ ଖାଇ ୪୦ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏଭଳି ଘଟଣା ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ହରିଦାସପୁର ପଂଚାୟତ ଶ୍ରୀବନ୍ତପୁର ପ୍ରାଥମିକ ବିଦ୍ୟାଳୟରେ ଘଟିଛି। ଆଜି ଶନିବାର ଥିବାରୁ ସ୍କୁଲର ଛାତ୍ରଛାତ୍ରୀମାନଙ୍କୁ ସକାଳ ୯ଟା ସମୟ ଖେଳ ଛୁଟି ପରେ ମଧ୍ୟାହ୍ନ ଭୋଜନ ଖାଇବାକୁ ଦିଆଯାଇଥିଲା। ତେବେ ମଧ୍ୟାହ୍ନ ଭୋଜନରେ ଝିଟିପିଟି ପଡିଥିବା ନେଇ କେତେକ ଛାତ୍ରଛାତ୍ରୀ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଜଣାଇବା ପରେ ଖାଦ୍ୟରୁ ଝିଟିପିଟି ବାହାର କରି ଖାଇବାକୁ କହିଥିଲେ। ଏହି ଖାଦ୍ୟକୁ ଖାଇବା ପରେ ସଙ୍ଗେସଙ୍ଗେ ଛାତ୍ରଛାତ୍ରୀ ଅସୁସ୍ଥ ଅନୁଭବ କରିଥିଲେ। ସେମାନଙ୍କୁ ଧର୍ମଶାଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେମାନଙ୍କୁ ଆବଶ୍ୟକୀୟ ଚିକିତ୍ସା କରିବା ପରେ ସେମାନଙ୍କ ମଧ୍ୟରେ ୨ଜଣ ଅବସ୍ଥା ଗୁରୁତର ଥିବା ଜଣାପଡିଛି।

ସେହିପରି ଧର୍ମଶାଳା ବ୍ଲକ ଅନ୍ତର୍ଗତ ବମ୍ଫୁ-ମଙ୍ଗରାଜପୁର ନୋଡାଲ ବିଦ୍ୟାଳୟରେ ଅଣ୍ଡା ଖାଇ ୧୦ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିବା ସୂଚନା ମିଳିଛି ।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories