www.samajalive.in
Thursday, December 11, 2025
23.1 C
Bhubaneswar

ଓଡିଶାରେ ସୁପରଷ୍ଟାର କମଲ ହସନଙ୍କୁ ଡକ୍ଟରେଟ୍

ଭୁବନେଶ୍ବର: ସେଞ୍ଚୁରିଅନ୍ ବିଶ୍ବବିଦ୍ୟାଳୟ ପକ୍ଷରୁ ସୁପରଷ୍ଟାର ତଥା ଏମ୍ଏନ୍‌ଏମ୍‌ ଦଳର ଅଧ୍ୟକ୍ଷ କମଲ ହସନଙ୍କୁ ସମ୍ମାନ ସୂଚକ ଡକ୍ଟରେଟ୍ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ଉପାଧି ପ୍ରଦାନ କରିଛନ୍ତି। ଏହା ସହ ଛାତ୍ରଛାତ୍ରୀଙ୍କ ଦ୍ବାରା ପ୍ରସ୍ତୁତ ହୋଇଥିବା ଚିତ୍ରକଳାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଓ କମଲ ହସନ୍ ଉନ୍ମଚୋନ କରିଛନ୍ତି।

ଏହି ସମାରୋହ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କମଲ ହସନ ସେଞ୍ଚୁରିଅନର ସବୁଜିମାଭରା ସୁନ୍ଦର କ୍ୟାମ୍ପସ ପରିଦର୍ଶନ କରିଥିଲେ। ଇଡକୋ ସହାୟତାରେ ପ୍ରତିଷ୍ଠିତ ଆପାରେଲ ଓ ଟେକ୍ସଟାଇଲ୍ ସେଣ୍ଟର ଅଫ୍ ଏକ୍ସିଲେନ୍ସ ଏବଂ କାଫେ କଫି ଡେ ସହଯୋଗରେ ପ୍ରତିଷ୍ଠିତ ହସ୍ପିଟାଲ ସେଣ୍ଟର ଅଫ୍ ଏକ୍ସିଲେନ୍ସ ପରିଦର୍ଶନ କରିବା ସମୟରେ ସେଠାରେ ଶିକ୍ଷା ଲାଭ କରୁଥିବା ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କୁ ପାଠପଢା ବିଷୟରେ ପଚାରି ବୁଝିଥିଲେ।

Hot this week

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ...

Related Articles

Popular Categories