www.samajalive.in
Wednesday, December 10, 2025
16.1 C
Bhubaneswar

ସ୍କର୍ପିଓ ଗାଡି ଦୁର୍ଘଟଣାଗ୍ରସ୍ତ; ଜଣେ ମୃତ ଓ ୭ ଗୁରୁତର

ସୁନ୍ଦରଗଡ଼: ବୀରମିତ୍ରପୁର ଥାନା ଅନ୍ତର୍ଗତ କାଲସେରିଆ ଠାରେ ଗଛରେ ପିଟି ହୋଇ ଏକ ସ୍କର୍ପିଓ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡି ଡ୍ରାଇଭର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୭ ଜଣ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡିଛି।

ମିଳିଥିବା ସୂଚନା ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଏକ ସ୍କର୍ପିଓ ଗାଡିରେ ୭ ଜଣ ବ୍ୟକ୍ତି ସମ୍ପର୍କୀୟଙ୍କ ଶବ ସତ୍କାର ସାରି ରାଉରକେଲାର କୁଆଁରମୁଣ୍ଡାସ୍ଥିତ ଘରକୁ ଫେରୁଥିଲେ। ଏହି ସମୟରେ କାଲସେରିଆ ନିକଟରେ ତାଙ୍କ ଗାଡ଼ିଟି ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହୋଇ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ଉଦ୍ଧାର କରି ରାଉରକେଲାର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ମଙ୍ଗଳବାର ସକାଳେ ଗାଡି ଚାଳକଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ଆଇଜିଏଚକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନେ ରାଉରକେଲା ସରକାରୀ ଡାକ୍ତରଖାନାରେ ଚିକିତ୍ସାଧୀନ ରହିଛନ୍ତି। ପୁଲିସ୍ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

Related Articles

Popular Categories