www.samajalive.in
Friday, December 12, 2025
26.1 C
Bhubaneswar

ଦରଦାମ ବୃଦ୍ଧିକୁ ନେଇ ବିଧାନସଭାରେ ଉଦ୍‌ବେଗ, ନିୟନ୍ତ୍ରଣ ପାଇଁ ପଦକ୍ଷେପ ନିଆଯାଉଥିବା କହିଲେ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ପନିପରିବା ଏବଂ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି ପାଇବାରେ ଲାଗିଛି। ତେଲ, ଡାଲିଠାରୁ ଆରମ୍ଭ କରି ଅଧିକାଂଶ ସାମଗ୍ରୀର ମୂଲ୍ୟ ବଢ଼ି ଚାଲିଛି। ଫଳରେ ଖାଉଟି ବହୁ ହନ୍ତସନ୍ତ ହେଉଛି। ଏହାକୁ ନେଇ ବୁଧବାର ବିଧାନସଭାରେ ଉଦବେଗ ପ୍ରକାଶ ପାଇଛି।

ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଦର ବୃଦ୍ଧିକୁ ସ୍ବୀକାର କରିଛନ୍ତି। ସେ ଗୃହରେ ବିବୃତି ଦେଇ କହିଛନ୍ତି ଯେ, ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧି ପାଇଛି। ଏହି ସମସ୍ୟା ଖାଲି ରାଜ୍ୟର ନୁହେଁ, ଏହା ଜାତୀୟ ସମସ୍ୟା। ଏସବୁ ପାଇଁ ଆମେମାନେ ପଡ଼ୋଶୀ ରାଜ୍ୟ ଉପରେ ନିର୍ଭର କରୁଛୁ। ଦର ନିୟନ୍ତ୍ରଣ ପାଇଁ ସରକାର ପଦକ୍ଷେପ ନେଉଛନ୍ତି। ସରକାର ବ୍ୟବସାୟୀମାନଙ୍କ ସହ ବୈଠକ କରି ଦର ଉପରେ ନଜର ରଖିଛନ୍ତି। କଳାବଜାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦେଶ ଦିଆଯାଇଛି। ଆଳୁ, ପିଆଜ ପାଇଁ ଷ୍ଟୋରେଜ କଂଟ୍ରୋଲ ଅର୍ଡର ଲାଗୁ କରାଯାଇଛି। କେନ୍ଦ୍ର ସହିତ  ସମନ୍ବୟ ରଖି ୧୦୦ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରାଯାଇଛି। ରାଜ୍ୟ ସରକାର ସୁଲଭ ମୂଲ୍ୟରେ ପିଆଜ ବିକ୍ରି କରୁଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories