www.samajalive.in
Sunday, December 14, 2025
23.1 C
Bhubaneswar

ଅରୁଣ ସାହୁଙ୍କ ନାଁରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିଲେ ମୋକିମ

ଭୁବନେଶ୍ବର: କାଳିଆ ଯୋଜନାରେ କୃଷି ମନ୍ତ୍ରୀ ଅରୁଣ ସାହୁ ଭୁଲ୍‌ ତଥ୍ୟ ଉପସ୍ଥାପନ କରିଥିବା କଂଗ୍ରେସ ଅଭିଯୋଗ କରିଛି। ଏଥିପାଇଁ ବୁଧବାର ମନ୍ତ୍ରୀ ଅରୁଣ ସାହୁଙ୍କ ନାଁରେ କଂଗ୍ରେସ ସଦସ୍ୟ ମହମ୍ମଦ ମୋକିମ ସ୍ୱାଧିକାର ଭଙ୍ଗ ନୋଟିସ ଆଣିଛନ୍ତି।

ସୂଚନାଯୋଗ୍ୟ, ୨ଦିନ ତଳେ ବିଧାନସଭାରେ କାଳିଆ ଯୋଜନାରେ ଆଯୋଗ୍ୟ ହିତାଧିକାରୀ ପ୍ରସଙ୍ଗରେ ପ୍ରଶ୍ନ ଉଠିଥିଲା। କୃଷି ମନ୍ତ୍ରୀ ଅରୁଣ ସାହୁ ଗୃହରେ ଏହି ପ୍ରସଙ୍ଗରେ ଭୁଲ୍ ତଥ୍ୟ ଦେଇଥିଲେ ବୋଲି କଂଗ୍ରେସ ଅଭିଯୋଗ କରିଥିଲା। କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଥିଲା ଯେ, ଆରଟିଆଇ ଜରିଆରେ କୃଷି ବିଭାଗରୁ ହସ୍ତଗତ ହୋଇଥିବା ତଥ୍ୟ ଆଧାରରେ ଗତ ଅକ୍ଟୋବର ମାସ ସୁଦ୍ଧା କାଳିଆ ଯୋଜନାରେ ୧ଲକ୍ଷ ୭୨ ହଜାର ୯୦୮ ଜଣ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି। ଏହା ମାତ୍ର ୧୦ଟି ଜିଲାର ତଥ୍ୟ। ୩୦ ଜିଲାରେ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ଆହୁରି ଅଧିକ ହେବ। କିନ୍ତୁ ମନ୍ତ୍ରୀ କାଳିଆ ଯୋଜନାରେ ରାଜ୍ୟରେ ୪୫ ହଜାର ୯୬୫ ଜଣ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଥିବା ଗୃହରେ କହିଥିଲେ। ଜିଲା କୃଷି ଅଧିକାରୀଙ୍କ ସହ ମନ୍ତ୍ରୀଙ୍କ ତଥ୍ୟରେ ତାଳମେଳ ନାହିଁ ବୋଲି ମୋକିମ ଅଭିଯୋଗ କରି ତାଙ୍କ ନାଁରେ ସ୍ୱାଧିକାର ଭଙ୍ଗ ନୋଟିସ ଆଣିଛନ୍ତି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories