www.samajalive.in
Monday, December 15, 2025
24.1 C
Bhubaneswar

ଲୁଡୁ ଖେଳକୁ ନେଇ ଛୁରାମାଡ଼

ଗଞ୍ଜାମ  : ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଝାଡ଼କୁଦା ଗାଁରେ ମୋବାଇଲରେ ଲୁଡ଼ୁ ଖେଳକୁ ନେଇ ଜଣେ ଅନ୍ୟ ଜଣଙ୍କ ପେଟରେ ଛୁରୀ ଭୁସି ଦେଇଥିବା ଅଭିଯୋଗ ହୋଇଛି। ସୂଚନା ଯୋଗ୍ୟ, ମଙ୍ଗଳବାର ସନ୍ଧ୍ୟାରେ ଝାଡ଼କୁଦା ଗାଁ ନିକଟ ମନ୍ଦିରରେ ପ୍ରଥମେ ଦୁଇ ଜଣ ଯୁବକ ଲୁଡ଼ୁ ଖେଳିଥିଲେ। ଏହି ଖେଳକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଗତକାଲି ରାତିରେ ପୁଣି ଉଭୟଙ୍କ ଭେଟ ହେବା ପରେ ପାଟି ହୋଇଥିଲା। ଏହାପରେ ଉଭୟଙ୍କ ମଧ୍ୟରେ ଯୁକ୍ତି ହେବାରୁ ଜଣେ ଅନ୍ୟ ଜଣଙ୍କ ପେଟରେ ଛୁରୀରେ ଆକ୍ରମଣ କରିଥିଲା। ଆକ୍ରମଣରେ ଯୁବକ ଜଣଙ୍କ ଗୁରୁତର ହୋଇଥିଲେ ଓ ତାଙ୍କୁ ପ୍ରଥମେ ଛତ୍ରପୁର ସ୍ଥିତ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁରସ୍ଥିତ ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି। ଉକ୍ତ ଘଟଣାକୁ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇ ନଥିବା ଜଣାପଡ଼ିଛି।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories