www.samajalive.in
Sunday, December 7, 2025
26.1 C
Bhubaneswar

ଦୁଇ ଦିନରେ ଗାଁର ୨ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ମହାକାଳପଡ଼ା: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ଯଅଁରା ଗ୍ରାମରେ ୨ ଦିନ ମଧ୍ୟରେ ୨ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ବୁଧବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଆଜି ସେହି ଗାଁର ଏକ ପୋଖରୀରୁ ଆଉ ଜଣଙ୍କ ମୃତ ଦେହ ମିଳିଛି।
ସୂଚନା ଅନୁସାରେ, ଗତକାଲି ଯଅଁରା ଗ୍ରାମର ପ୍ରଶାନ୍ତ ସାହୁ(୨୪) ନାମକ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ବେକରେ ଓଢଣି ବନ୍ଧା ହୋଇ ମୃତଦେହ ଝୁଲୁଥିବା ବେଳେ ତାଙ୍କ ପକେଟରୁ ଏକ କାଗଜ ମିଳିଥିଲା। ଏହାପରେ ମୃତକଙ୍କ ପରିବାର ଲୋକେ ମହାକାଳପଡ଼ା ଥାନାରେ ପୂର୍ବ ରାତିରେ ତାଙ୍କ ସାଥିରେ ଥିବା ସେହି ଗାଁର ଅଶୋକ ପଣ୍ଡା(୪୨)ଙ୍କ ନାଁରେ ଅଭିଯୋଗ କରିଥିଲେ। ମାତ୍ର ଆଜି ମୃତ ପ୍ରଶାନ୍ତଙ୍କ ବାଡ଼ି ପଟେ ଥିବା ଏକ ପୋଖରୀରୁ ଅଶୋକଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ମହାକାଳପଡ଼ା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories