www.samajalive.in
Saturday, December 13, 2025
26.1 C
Bhubaneswar

ତିନିଦିନିଆ ଭାରତ ଗସ୍ତରେ ଶ୍ରୀଲଙ୍କା ରାଷ୍ଟ୍ରପତି ଗୋତାବାୟା ରାଜପକ୍ଷେ

ନୂଆଦିଲ୍ଲୀ : ଶ୍ରୀଲଙ୍କା ରାଷ୍ଟ୍ରପତି ଗୋତାବୟେ ରାଜପକ୍ଷେ ଭାରତକୁ ତିନିଦିନିଆ ସରକାରୀ ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ  ପହଞ୍ଚିଛନ୍ତି ।  ଚଳିତ ମାସ ୨୧ ତାରିଖରେ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ହେବ ତାଙ୍କର ପ୍ରଥମ ସରକାରୀ ବିଦେଶ ଗସ୍ତ।

ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଗୋତାବୟେ ରାଜପକ୍ଷେଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ। ସେ ଆସନ୍ତାକାଲି ରାଜଘାଟ ଯାଇ ଜାତିର ପିତା ମହାତ୍ମାଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ସେ ମଧ୍ୟ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ୍‍ କରିବେ। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ହେଉଛନ୍ତି, ପ୍ରଥମ ବିଦେଶୀ ନେତା ଯିଏ ଶ୍ରୀ ଗୋତାବୟେଙ୍କ ବିଜୟ ପରେ ତାଙ୍କ ସହ ଟେଲିଫୋନ୍‍ରେ କଥା ହୋଇ ତାଙ୍କୁ ଭାରତ ଆସିବାକୁ ନିମନ୍ତ୍ର କରିଥିଲେ। ଭାରତ ମହାସାଗର ଅଞ୍ଚଳରେ ସ୍ଥିରତା, ଆର୍ଥିକ ସହଯୋଗ, ଶ୍ରୀଲଙ୍କାରେ ତାମିଲ୍‍ ସମସ୍ୟା ସମେତ ଅନେକ ପ୍ରସଙ୍ଗ ଉପରେ ଦୁଇ ନେତା ଆଲୋଚନା କରିବାର କାର୍ଯ୍ୟସୂଚୀ ରହିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories