www.samajalive.in
Monday, December 15, 2025
17.1 C
Bhubaneswar

ରାଷ୍ଟ୍ରପତି ଭବନରେ ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ

ନୂଆଦିଲ୍ଲୀ: ଭାରତ ଗସ୍ତରେ ଆସିଥିବା ଶ୍ରୀଲଙ୍କା ରାଷ୍ଟ୍ରପତି ଗୋତାବାୟା ରାଜପକ୍ଷେଙ୍କୁ ଶୁକ୍ରବାର ରାଷ୍ଟ୍ରପତି ଭବନରେ ଭବ୍ୟ ସ୍ବାଗତ କରାଯାଇଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୋତାବାୟାଙ୍କୁ ସ୍ବାଗତ  ସମ୍ବର୍ଦ୍ଧନା କରିଥିଲେ। ପରେ ଗୋତାବାୟା ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ କରିଥିଲେ। ରାଷ୍ଟ୍ରପତି କୋବିନ୍ଦ ଗୋତାବାୟାଙ୍କ ପାଇଁ ଔପଚାରିକ ଭୋଜନର ଆୟୋଜନ କରିବେ। ଏହାପରେ ଗୋତାବାୟା ଏବଂ ମୋଦୀଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ହେବ। ଆଲୋଚନା ବେଳେ ଦୁଇ ଦେଶ ମଧ୍ୟରେ ପ୍ରତିରକ୍ଷା, ବାଣିଜ୍ୟ, ସୀମା ବିବାଦ ସହିତ ଏକାଧିକ ଦ୍ବିପାକ୍ଷିକ ପ୍ରସଙ୍ଗ ସ୍ଥାନ ପାଇବାର ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟାରେ ଗୋତାବାୟା ରାଜପକ୍ଷେ ଶ୍ରୀଲଙ୍କା ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ତାଙ୍କ ପ୍ରଥମ ବିଦେଶ ଯାତ୍ରାରେ ୩ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ସେ ଆସି ପହଞ୍ଚିଛନ୍ତି। ରାଜପକ୍ଷେଙ୍କ ସଚିବ ପି.ବି. ଜୟସୁନ୍ଦର ଏବଂ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ଷେଙ୍କ ପରାମର୍ଶଦାତା ଲଳିତ ବୀରତୁଙ୍ଗା ମଧ୍ୟ ରାଷ୍ଟ୍ରପତିଙ୍କ ସହିତ ଭାରତ ଗସ୍ତରେ ଆସିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories