www.samajalive.in
Monday, December 15, 2025
26.1 C
Bhubaneswar

ଭୁଲ ଔଷଧ ଖାଇ ନାବାଳକର ମୃତ୍ୟୁ ଅଭିଯୋଗ

ଭଦ୍ରକ : ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରେ ଭୁଲ ଔଷଧ ଖାଇ ଜଣେ ୧୧ ବର୍ଷୀୟ ନାବାଳକର ମୃତ୍ୟୁ ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ସୂଚନା ଯୋଗ୍ୟ, ଚାନ୍ଦବାଲି ବିରିଆଡ଼ିଆ ଗ୍ରାମର ଜଣେ ୧୧ ବର୍ଷ ନାବାଳକ ଅସୁସ୍ଥ ଅବସ୍ଥାରେ ଏକ କ୍ଲିନିକରେ ଭର୍ତ୍ତି ହୋଇଥିଲେ। ଡ଼ାକ୍ତର ତାଙ୍କୁ ଦେଖିବା ପରେ ଔଷଧ ଲେଖିବା ପରେ ପରିବାର ଲୋକେ ନିକଟସ୍ଥ ମେଡ଼ିସିନ ଦୋକାନରୁ ଔଷଧ ଆଣିଥିଲେ। ସେହି ଔଷଧ ଖାଇବା ପରେ ନାବାଳକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଆହୁରି ବିଗିଡ଼ି ଯାଇଥିଲା। ଏହାପରେ ତାଙ୍କୁ ଭଦ୍ରକ ମେଡ଼ିକାଲକୁ ନିଆଯାଇଥିଲା। ମାତ୍ର ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ପରିବାର ଲୋକେ ଉକ୍ତ ମେଡ଼ିସିନ ଦୋକାନ ବିରୋଧରେ ଥାନାରେ ଅଭିଯୋଗ କରିଥିବା ସୂଚନା ମିଳିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories